Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
Error: Book name not found: Sir for the version: Odia Holy Bible: Easy-to-Read Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:7-10

“ହେ ସଦାପ୍ରଭୁ, ଆମ୍ଭେମାନେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ
    ଆମ୍ଭେମାନେ ଦୁଃଖଭୋଗ କରୁଅଛୁ।
    ତଥାପି ତୁମ୍ଭେ ଆପଣା ନାମ ସକାଶେ କାର୍ଯ୍ୟ କର ଓ ଆମ୍ଭମାନଙ୍କୁ ସାହାଯ୍ୟ କର।
କାରଣ ଆମ୍ଭେମାନେ ବହୁବାର ତୁମ୍ଭକୁ ପରିତ୍ୟାଗ କରିଅଛୁ
    ଓ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
ହେ ପରମେଶ୍ୱର, ତୁମ୍ଭେ ଇସ୍ରାଏଲର ଆଶା
    ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା!
ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ
    ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ୟ ହେଉଅଛ।
ତୁମ୍ଭେ ଜଣେ ଦ୍ୱନ୍ଦରେ ପଡ଼ିଥିବା ମନୁଷ୍ୟ ତୁଲ୍ୟ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ।
    କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ।
ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ।
    ତେଣୁ ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”

10 ସଦାପ୍ରଭୁ ଯିହୁଦା ବିଷୟରେ ଏହିକଥା କହନ୍ତି, “ସେମାନେ ପ୍ରକୃତରେ ଆମ୍ଭକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ସେଥିରୁ ନିବୃତ୍ତ କରି ନାହାନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କୁ ଗ୍ରହଣ କରିବେ ନାହିଁ। ସେ ସେମାନଙ୍କର ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କୁ ସମସ୍ତ ପାପର ପ୍ରତିଫଳ ଦେବେ।”

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 14:19-22

19 ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ?
    ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ?
ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ।
    ତୁମ୍ଭେ କାହିଁକି ଏପରି କଲ?
ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ,
    ମାତ୍ର କିଛି ମଙ୍ଗଳ ହେଲା ନାହିଁ।
ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ।
    ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
20 ହେ ପରମେଶ୍ୱର, ଆମ୍ଭେମାନେ ଆମ୍ଭମାନଙ୍କର ଦୁଷ୍ଟତା
    ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ।
    ହଁ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21 ହେ ସଦାପ୍ରଭୁ, ତୁମ୍ଭର ସୁନାମ ନିମନ୍ତେ ଆମ୍ଭମାନଙ୍କୁ ପ୍ରତ୍ୟାଖାନ କର ନାହିଁ।
    ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ।
    ଆପଣା ଗୌରବମୟ ସିଂହାସନର ଅପମାନ କର ନାହିଁ।
ତୁମ୍ଭେ ଆମ୍ଭମାନଙ୍କ ସହିତ କରିଥିବା ନିୟମ ସ୍ମରଣ କର।
    ତୁମ୍ଭ କୃତ ସେହି ନିୟମ ଭଙ୍ଗ କର ନାହିଁ।
22 ମିଥ୍ୟା ଦେବତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ।
    ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି?
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା।
    ଆମ୍ଭେ ତୁମ୍ଭର ଅପେକ୍ଷାରେ ରହିବୁ।
    କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।”

ଗୀତସଂହିତା 84:1-7

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।

84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ, ତୁମ୍ଭର ପବିତ୍ର ତମ୍ବୁ[a] ବାସ୍ତବରେ ସୁନ୍ଦର ଅଟେ।
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
    ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
    ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
    ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
    ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ। ସେଲା

ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
    ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
    ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
    ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
    ଲୋକମାନେ ସହରରୁ ସହରକୁ[b] ଭ୍ରମଣ କରନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6-8

ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି। ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି। ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ[a] ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:16-18

16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ। 17 ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି। 18 ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।

ଲୂକ ଲିଖିତ ସୁସମାଗ୍ଭର 18:9-14

ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ରହିବା ଉଚିତ୍

କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: 10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। 11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। 12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’

13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” 14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center