Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 84:8-12

ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
    ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର। ସେଲା

ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
    ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।

10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
    ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
    ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି
    ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
    ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
    ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:1-10

ହାନ୍ନା ଧନ୍ୟବାଦ ଦେଲା

ହାନ୍ନା ପ୍ରାର୍ଥନା କରି କହିଲା,

“ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି।
    ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି।
ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି।
    ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।

ପରମେଶ୍ୱରଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ,
    କାରଣ ତୁମ୍ଭ ବ୍ୟତୀତ ଆଉ କେହି ପରମେଶ୍ୱର ନାହାନ୍ତି।
    ଆମ୍ଭର ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।

ନିଜ ବୃଥାଗର୍ବ ବନ୍ଦ କର।
    ଅହଂକାର ଭାବରେ କହିବା ବନ୍ଦ କର।
ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ
    ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି।
ବୀରମାନଙ୍କର ସମସ୍ତ ଧନୁ ଭଙ୍ଗା ଯାଇଅଛି
    ଓ ଝୁଣ୍ଟି ପଡ଼ୁଥିବା ଦୁର୍ବଳ ଲୋକମାନେ ବଳଶାଳୀ ହୋଇଛନ୍ତି।
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ,
    ବର୍ତ୍ତମାନ ନିଶ୍ଚୟ କଠିନ ପରିଶ୍ରମ କରିବେ।
ଖାଦ୍ୟ ଅଭାବରୁ ଯେଉଁମାନେ କ୍ଷୁଧାର୍ତ୍ତ ଥିଲେ,
    ସେମାନେ ଖାଦ୍ୟ ପାଇ ଅଛନ୍ତି।
ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି
    ଓ ସ୍ତ୍ରୀଲୋକଟି ଯାହାର ବହୁତ ସନ୍ତାନ ଥିଲା
    ସେ ଦୁଃଖିତା ହୋଇଅଛି।

ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ
    ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି
    ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି
    ବା ଧନବାନ୍ କରାନ୍ତି।
ସେ ଲୋକମାନଙ୍କୁ ନମ୍ର କରନ୍ତି
    କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି।
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ।
ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ
    ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି
    କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।

ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି।
    ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି।
କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି।
    ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ।
10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ।
    ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ।
ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ
    ଓ ସେ ଆପଣା ରାଜାକୁ ବଳ ଦେବେ।
    ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”

ପିତରଙ୍କ ପ୍ରଥମ ପତ୍ର 4:12-19

ଖ୍ରୀଷ୍ଟିୟାନ ଭାବରେ ଯାତନା ସହିବା

12 ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି। 13 ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ। 14 ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା। 15 ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ। 16 ତୁମ୍ଭେ ସେହି ଖ୍ରୀଷ୍ଟିୟାନ ନାମଟି ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। 17 ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?

18 “ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ।
    ତା'ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”(A)

19 ଅତଏବ ଯେଉଁ ଲୋକମାନେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଯାତନା ଭୋଗ କରୁଛନ୍ତି, ସେମାନେ ତାହାଙ୍କୁ ସେମାନଙ୍କର ଆତ୍ମା ବିଶ୍ୱାସପୂର୍ବକ ସମର୍ପଣ କରିଦେବା ଉଚିତ୍। ପରମେଶ୍ୱର ସେମାନଙ୍କୁ ଗଠନ କରିଛନ୍ତି ଓ ତେଣୁ ସେମାନେ ତାହାଙ୍କୁ ବିଶ୍ୱାସ କରି ପାରିବେ। ଅତଏବ ସେମାନେ ଭଲ କାମ କରି ଗ୍ଭଲିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center