Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 32:1-7

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

ହିତୋପଦେଶ 15:8-11

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି।

10 ଜଣେ ଯିଏ ଜ୍ଞାନର ପଥ ତ୍ୟାଗ କରେ, ପୁଣି ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମରିବ।

11 ମୃତ୍ୟୁ ଓ ବିନାଶ ସଦାପ୍ରଭୁଙ୍କ ଆଗରେ ଖୋଲା ପଡ଼ିଥାଏ। ଲୋକମାନଙ୍କର ହୃଦୟର ଅଭିପ୍ରାୟ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା

ହିତୋପଦେଶ 15:24-33

24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।

25 ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।

26 ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ୟ ଅଟେ। ମାତ୍ର ସ୍ୱଳ୍ପ କଥା ଆନନ୍ଦ ଦାୟକ।

27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।

28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କହେ।

29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥା’ନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।

30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଗ୍ଭର ଅସ୍ଥିଗୁଡ଼ିକୁ ପୁଷ୍ଟି ଯୋଗାଏ।

31 ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।

32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

33 ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:1-11

ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି।

କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।

ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି

ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର। ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା। ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ। ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି। ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।

ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା। ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉ‌‌ତ୍‌‌ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍। 10 ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ। 11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center