Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 32:1-7

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 1:1-9

ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।

ପରମେଶ୍ୱରଙ୍କର ତାଙ୍କ ସନ୍ତାନଗଣଙ୍କ ବିରୁଦ୍ଧରେ ଅଭିଯୋଗ

ହେ ସ୍ୱର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ! ସଦାପ୍ରଭୁ କହିଛନ୍ତି,

“ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ,
    ମାତ୍ର ସେମାନେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
ଗାଈ ତା'ର ମୁନିବକୁ ଜାଣେ,
    ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ,
ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ।
    ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”

ଇସ୍ରାଏଲ ଗୋଷ୍ଠୀ ପାପରେ ପରିପୂର୍ଣ୍ଣ। ସେମାନେ ଅଧର୍ମ ଓ ପାପରେ ଭାରାକ୍ରାନ୍ତ। ସେମାନେ ଏକ ଭ୍ରଷ୍ଟାଗ୍ଭରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଛନ୍ତି। ସେମାନେ ଇସ୍ରାଏଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସେମାନେ ତାଙ୍କୁ ଜଣେ ଅଜଣାବ୍ୟକ୍ତି ପରି ବ୍ୟବହାର କରିଛନ୍ତି ଓ ଛାଡ଼ି ଗ୍ଭଲିଯାଇଛନ୍ତି।

ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ। ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା’ରେ ପରିପୂର୍ଣ୍ଣ। ତୁମ୍ଭେମାନେ ସେ କ୍ଷତର ଯତ୍ନ ନେଲ ନାହିଁ। ତୁମ୍ଭମାନଙ୍କର ସେହି କ୍ଷତଗୁଡ଼ିକ ପରିଷ୍କୃତ ହୋଇ ନାହିଁ କିମ୍ବା ଆବୃତ ହୋଇ ନାହିଁ।

“ତୁମ୍ଭମାନଙ୍କର ଦେଶ ଧ୍ୱଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନିରେ ଭସ୍ମିଭୂତ ହୋଇଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ୱାରା ଅଧିକୃତ। ସୈନ୍ୟବାହିନୀ ଦ୍ୱାରା ଦେଶ ଧ୍ୱଂସ ହେଲାପରି ତୁମ୍ଭର ଦେଶ ଧ୍ୱଂସ ହୋଇଯାଇଛି।

ଯିରୁଶାଲମ ପ୍ରତି ଚେତାବନି

ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ର‌ରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’ ଏହା ସତ୍ୟ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା’ ନ ହୋଇଥିଲେ ଆମ୍ଭେମାନେ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥା’ନ୍ତୁ।

ଯୋହନ ଲିଖିତ ସୁସମାଗ୍ଭର 8:39-47

39 ଯିହୂଦୀମାନେ କହିଲେ, “ଅବ୍ରହାମ ଆମ୍ଭମାନଙ୍କର ପିତା।”

ଯୀଶୁ କହିଲେ, “ଯଦି ତୁମ୍ଭେ ପ୍ରକୃତରେ ଅବ୍ରହାମଙ୍କ ସନ୍ତାନ, ତେବେ ତୁମ୍ଭେମାନେ ଅବ୍ରହାମ କରିଥିବା କାର୍ଯ୍ୟମାନ କରିବ। 40 ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ। 41 ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।”

କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”

42 ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି। 43 ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ। 44 ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।

45 “ମୁଁ ସତ୍ୟ କହେ। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। 46 ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ଏ କଥା ପ୍ରମାଣ କରି ପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ୟ କହେ, ତେବେ ମୋତେ କାହିଁକି ବିଶ୍ୱାସ କରୁ ନାହଁ? 47 ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center