Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 1:10-18

10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ। 11 ପରମେଶ୍ୱର କୁହନ୍ତି, “ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ? ମୁଁ ମେଷର ଓ ହୃଷ୍ଟପୁଷ୍ଟ ଗୋରୁଗାଈର ମେଦର ହୋମବଳି ପ୍ରତି ବିତୃଷ୍ଣା ହୋଇ ଯାଇଛି। ମୁଁ ଆଉ ଷଣ୍ଢ, ମେଷ ଓ ଛାଗମାନଙ୍କର ରକ୍ତ ଗ୍ଭହେଁ ନାହିଁ। 12 “ଯେତେବେଳେ ତୁମ୍ଭେମାନେ ମୋତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭେମାନେ ମୋର ପ୍ରାଙ୍ଗଣରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?

13 “ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ। 14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସେହିସବୁ ଭାର ଆମ୍ଭ ପ୍ରତି କ୍ଳେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଳାନ୍ତ ହୋଇଅଛୁ।

15 “ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।

16 “ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ। 17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।”

18 ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।

ଗୀତସଂହିତା 32:1-7

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା'ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ। ସେଲା

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:1-4

ପାଉଲ, ଶୀଲା ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର।

ତୁମ୍ଭେମାନେ ସମସ୍ତେ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଛ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।

ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି। ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:11-12

11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ। 12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।

ଲୂକ ଲିଖିତ ସୁସମାଗ୍ଭର 19:1-10

ଜଖିୟ

19 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।

ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”

ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”

ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”

ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। 10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center