Revised Common Lectionary (Complementary)
ଆସଫ୍ର ଗୋଟିଏ ଗୀତ।
50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
2 ପରମ ସୌନ୍ଦର୍ଯ୍ୟମୟୀ[a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
3 ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
4 ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା
7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
ମୁଁ ଛେଳିର ରକ୍ତ ପିଏ ନାହିଁ।”
14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା'ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନୀରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ, ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
ସଦାପ୍ରଭୁ ଦୟା ଓ କରୁଣା ଗ୍ଭହାନ୍ତି
7 ରାଜା ଦାରିୟାବସଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁ ଏହି ବାର୍ତ୍ତା ଯିଖରିୟଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ୱର ଚତୁର୍ଥ ବର୍ଷର କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା। 2 ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ। 3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?”
4 ସର୍ବଶକ୍ତିମାନ୍ ସଦାପ୍ରଭୁ ତାଙ୍କର ବାର୍ତ୍ତା ମୋତେ ପଠାଇଲେ, 5 “ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ‘ତୁମ୍ଭେ ଯେତେବେଳେ ପଞ୍ଚମ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲ, ସେହି ସତୁରି ବର୍ଷରେ ସତରେ କ’ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ? 6 ଏବଂ ତୁମ୍ଭେ ସମସ୍ତେ ଯେତେବେଳେ ଖାଅ ଓ ପିଅ, ତୁମ୍ଭେ କ’ଣ ନିଜ ପାଇଁ ଖାଅ ଓ ପିଅ ନାହିଁ? 7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’”
8 ଏହା ପରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ଯିଖରିୟଙ୍କ ନିକଟକୁ ପଠାଇଲେ।
9 “ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ,
‘ଯଥାର୍ଥ ନ୍ୟାୟ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା
ଓ କରୁଣା ପ୍ରକାଶ କର।
10 ବିଧବା, ଅନାଥ, ବିଦେଶୀ
ଓ ଦରିଦ୍ରମାନଙ୍କୁ ପ୍ରତାରିତ କର ନାହିଁ।
ତୁମ୍ଭ ଭାଇ ବିରୁଦ୍ଧରେ ନିଜ ହୃଦୟରେ ଷଡ଼ଯନ୍ତ୍ର କର ନାହିଁ।’”
11 କିନ୍ତୁ ସେହି ଲୋକମାନେ
ଆମ୍ଭ କଥା ଶୁଣିବାକୁ ମନା କଲେ।
ସେମାନେ ଜିଦ୍ଖୋର ହୋଇ ତାଙ୍କ ମୁହଁ ଫେରାଇଲେ
ଏବଂ ତାଙ୍କ କାନ ଘୋଡ଼ାଇ ପକାଇଲେ।
12 ସେମାନେ ଜିଦ୍ଖୋର
ଏବଂ ସର୍ବଶକ୍ତିମାନ ସଦାପ୍ରଭୁ
ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ
ମାନିବାକୁ ମନା କଲେ।
ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ
ବିଶେଷ କ୍ରୋଧାନ୍ୱିତ ହେଲେ।
13 ଯେତେବେଳେ ସେମାନଙ୍କୁ ସେ ଡାକିଲେ,
“ସେମାନେ ଶୁଣିଲେ ନାହିଁ।
ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ
ଆମ୍ଭେ ମଧ୍ୟ ଶୁଣିବା ନାହିଁ।
ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।
14 ସେଥିପାଇଁ ସେମାନଙ୍କୁ ସମଗ୍ର ଦେଶମାନଙ୍କରେ ଛିନ୍ନଭିନ୍ନ କଲି,
ଯେଉଁଠାକୁ ସେମାନେ କେବେ ଯାଇ ନାହାନ୍ତି।
ସେହି ଦେଶ ବିନା କାର୍ଯ୍ୟକଳାପରେ
ଏକ ଉଚ୍ଛିନ୍ନ ଦେଶରେ ପରିଣତ ହେଲା।
ସେମାନେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶରେ ପରିଣତ କଲେ।”
5 ତୁମ୍ଭେ ଆଗରୁ ଜାଣିଥିବା କେତେକ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହେଁ। ମନେରଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିଶର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ୱାସୀ ଲୋକମାନଙ୍କୁ ଧ୍ୱଂସ କରିଦେଲେ। 6 ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି। 7 ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।
8 ତୁମ୍ଭମାନଙ୍କ ଦଳରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସେମାନେ ସ୍ୱପ୍ନ ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ସେମାନେ ନିଜ ଶରୀରକୁ ପାପ କାର୍ଯ୍ୟରେ ଦୂଷିତ କରନ୍ତି। ସେମାନେ ପରମେଶ୍ୱରଙ୍କର କର୍ତ୍ତୃତ୍ୱକୁ ଅସ୍ୱୀକାର କରନ୍ତି ଓ ଗୌରବମୟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ବହୁତ ମନ୍ଦ କଥା କହନ୍ତି। 9 ପ୍ରଧାନ ସ୍ୱର୍ଗଦୂତ ମୀଖାୟେଲ ମଧ୍ୟ ଏହା କରି ନ ଥିଲେ। ସେ ମୋଶାଙ୍କ ଶରୀର ନେବା ବିଷୟରେ ଶୟତାନ ସହିତ ଯୁକ୍ତି କରିଥିଲେ। କିନ୍ତୁ ମୀଖାୟେଲ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, “ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”
10 କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟରେ ସମାଲୋଚନା କରନ୍ତି। ସେମାନେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସେମାନେ ଚିନ୍ତା ନ କରି ବୁଝନ୍ତି। କେବଳ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟ ଗୁଡ଼ିକ ହେତୁ ସେମାନେ ବିନଷ୍ଟ ହୁଅନ୍ତି। 11 ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।
12 ଏମାନେ ତୁମ୍ଭମାନଙ୍କର ପ୍ରେମଭୋଜିର କଳଙ୍କ ପରି। ସେମାନେ ନିର୍ଭୟରେ ତୁମ୍ଭ ସହିତ ଭୋଜନ କରନ୍ତି। ସେମାନେ କେବଳ ନିଜର ଯତ୍ନ ନିଅନ୍ତି। ସେମାନେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ୱାରା ସେମାନେ ଗ୍ଭରିଆଡ଼େ ଉଡ଼ନ୍ତି। ସେମାନେ ହେମନ୍ତ କାଳରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସେମାନଙ୍କର ଦୁଇ ଥର ମୃତ୍ୟୁ ହୁଏ। 13 ସେମାନେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫେଣ ସୃଷ୍ଟି କରେ। ତରଙ୍ଗ ଫେଣ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି। ଏହି ଲୋକମାନେ ଆକାଶରେ ଏଣେତେଣେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ୟ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।
14 ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟରେ ଏହି କଥା କହିଥିଲେ: “ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ଆସୁଛନ୍ତି। 15 ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”
16 ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।
ଗୋଟିଏ ସତର୍କ ବାଣୀ ଏବଂ ବ୍ୟବହାରିକ ବିଷୟ
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର। 18 ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି। 19 ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।
20 କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର। 21 ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
2010 by World Bible Translation Center