Revised Common Lectionary (Complementary)
ଦାଉଦଙ୍କର ପ୍ରାର୍ଥନା
17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ।
ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
ତୁମ୍ଭର ଆଦେଶ ମାନିବାକୁ।
5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
ତେଣୁ ବର୍ତ୍ତମାନ ମୋର କଥା ଶୁଣ।
7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ
ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
8 ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
5 “ଯଦି ଦୁଇଭାଇ ଏକତ୍ର ବାସ କରୁଥା’ନ୍ତି, ଯଦି ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ସ୍ତ୍ରୀ ବାହାରର କୌଣସି ଲୋକକୁ ବିବାହ କରିବ ନାହିଁ। ତା'ର ଅନ୍ୟ ଭାଇଜଣକ ତାକୁ ବିବାହ କରିବ ଓ ତାହା ସହିତ ସହବାସ କରିବ। 6 ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତା'ର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ। ତହିଁରେ ତାହାର ନାମ ଇସ୍ରାଏଲରୁ ଲୁପ୍ତ ହେବ ନାହିଁ। 7 ଯଦି ସେହି ଲୋକର ଭାଇ ସେହି ସ୍ତ୍ରୀ ଲୋକକୁ ଗ୍ରହଣ କରିବାକୁ ମନାକରେ ତେବେ ସେହି ସ୍ତ୍ରୀ ନଗରଦ୍ୱାରରେ ପ୍ରାଚୀନବର୍ଗ ନିକଟକୁ ଯାଇ ଅଭିଯୋଗ କରି କହିବ ଯେ, ‘ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।’ 8 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ। ତହିଁରେ ଯେବେ ସେ ଛିଡ଼ା ହୋଇ କହେ ଯେ, ‘ତାହାକୁ ଗ୍ରହଣ କରିବାକୁ ଆମ୍ଭର ଇଚ୍ଛା ନାହିଁ।’ 9 ତେବେ ତାହାର ଭାତୃ ସ୍ତ୍ରୀ ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁହଁରେ ଛେପ ପକାଇବ। ପୁଣି ପ୍ରତ୍ୟୁତ୍ତର କରି କହିବ, ‘ଯେକୌଣସି ଲୋକ ଆପଣା ଭାଇର ଘର ନ ତୋଳେ ତାହା ପ୍ରତି ଏହିରୂପେ କରାଯିବ।’ 10 ଇସ୍ରାଏଲ ମଧ୍ୟରେ ‘ଚ୍ୟୁତ ପାଦୁକ ବଂଶ’ ବୋଲି କୁହାଯିବ।
22 ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋର୍ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।” 23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ। 24 ତା'ପରେ ସେନାପତି ପାଉଲଙ୍କୁ ସୈନ୍ୟ ନିବାସ ଭିତରକୁ ନେଇଯିବା ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ପାଉଲଙ୍କୁ ପଗ୍ଭରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ। 25 ସେମାନେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସେଠାରେ ଠିଆ ହୋଇଥିବା ଜଣେ ସେନା ଅଧିକାରୀଙ୍କୁ କହିଲେ, “ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହୋଇ ନାହିଁ, ତାହାକୁ କୋରଡ଼ା ମାରିବା କ’ଣ ଆଇନ ସଙ୍ଗତ ଅଟେ?”
26 ଏ କଥା ଅଧିକାରୀ ଶୁଣି ସେନାଧ୍ୟକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, “ତୁମ୍ଭେ ଜାଣ, ତୁମ୍ଭେ କ’ଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?”
27 ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?”
ପାଉଲ ଉତ୍ତର ଦେଲେ, “ହଁ।”
28 ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।”
ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”
29 ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେନାଧ୍ୟକ୍ଷ ମଧ୍ୟ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦେଇଥିବାରୁ ଡରିଗଲେ।
ପାଉଲ ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ହେଲେ
30 ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।
23 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।” 2 ଏହା ଶୁଣି ମହାଯାଜକ ହନାନିୟ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁହଁରେ ଗ୍ଭପୁଡ଼ା ମାରିବା ପାଇଁ ଆଦେଶ ଦେଲେ। 3 ପାଉଲ ହନାନିୟଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ମଧ୍ୟ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ୟବସ୍ଥା ଅନୁଯାୟୀ ମୋର ନ୍ୟାୟ କରିବା ପାଇଁ ବସିଛି, କିନ୍ତୁ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ ଦେବା ପାଇଁ ଆଦେଶ ଦେଉଛ। ଏହା ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧ।”
4 ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”
5 ପାଉଲ ଉତ୍ତର ଦେଲେ, “ଭାଇମାନେ, ମୁଁ ତାହାଙ୍କୁ ମହାଯାଜକ ବୋଲି ଜାଣି ନ ଥିଲି। ଏହା ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭର ନିଜ ଲୋକଙ୍କ ନେତା ବିଷୟରେ ଖରାପ କଥା କହିବା ଉଚିତ୍ ନୁହେଁ।’(A)”
6 ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋର୍ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁତ୍ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”
7 ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା। 8 ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁତ୍ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି। 9 ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”
10 ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।
11 ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”
2010 by World Bible Translation Center