Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆୟୁବ ପୁସ୍ତକ 19:23-27

23 “ମୁଁ ଗ୍ଭହେଁ କେହି ଜଣେ ମନେରଖୁ ଯାହା ମୁଁ କହୁଛି ଓ ଯାହା ଗୋଟିଏ ବହିରେ ଲେଖିଛି।
    ମୁଁ ଗ୍ଭହେଁ ମୋର କଥାସବୁ ପୁସ୍ତକରେ ଲିଖିତ ହୋଇରହୁ।
24 ମୋର ଲୁହା ଲେଖନୀ ଓ ସୀସା ଦ୍ୱାରା ମୋର ବାକ୍ୟସବୁ ଖୋଦିତ ହେବା ଉଚିତ୍।
    ସେଗୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖୋଦିତ ହେବା ଉଚିତ୍।
25 ମୁଁ ଜାଣେ ମୋର ରକ୍ଷାକର୍ତ୍ତା ଜୀବିତ
    ଏବଂ ଶେଷରେ ସେ ମୋତେ ରକ୍ଷା କରିବା ପାଇଁ ପୃଥିବୀରେ ଠିଆ ହେବେ।
26 ମୋର ଚମଡ଼ା ଧ୍ୱଂସ ହେଲା ପରି,
    ବିନା ମାଂସରେ ମୁଁ ପରମେଶ୍ୱରଙ୍କୁ ଦେଖିବି।
27 ମୁଁ ପରମେଶ୍ୱରଙ୍କୁ ନିଜ ଆଖିରେ ଦେଖିବି।
    ମୁଁ ମୋର ନିଜ ପାଇଁ ପରମେଶ୍ୱରଙ୍କୁ ଦେଖିବି।
ମୁଁ ଇଚ୍ଛାକରେ ମୋର ନିଜ ଆଖି ତାଙ୍କୁ ଦେଖିବ, ଅନ୍ୟ କାହାର ଆଖି ନୁହେଁ।
    ମୋର ଅତିରିକ୍ତ ଅନୁଭବ ଦ୍ୱାରା, ମୁଁ କ୍ଳାନ୍ତ ହୋଇ ପଡ଼ିଛି।

ଗୀତସଂହିତା 17:1-9

ଦାଉଦଙ୍କର ପ୍ରାର୍ଥନା

17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
    ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
    ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
    ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
    ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ।
    ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
    ତୁମ୍ଭର ଆଦେଶ ମାନିବାକୁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
    ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
    ତେଣୁ ବର୍ତ୍ତମାନ ମୋର କଥା ଶୁଣ।
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ
    ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
    ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
    ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
    ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
    ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:1-5

ମନ୍ଦ ଦୁର୍ଘଟଣାମାନ ଘଟିବ

ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ। ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି। ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ। ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:13-17

ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ

13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।

ଲୂକ ଲିଖିତ ସୁସମାଗ୍ଭର 20:27-38

କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ

(ମାଥିଉ 22:23-33; ମାର୍କ 12:18-27)

27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, 28 “ଗୁରୁ! ମୋଶା ଆମ୍ଭ ପାଇଁ ଲେଖିଥିଲେ ଯେ ଯଦି ଜଣେ ବିବାହିତ ପୁରୁଷ କୌଣସି ସନ୍ତାନସନ୍ତତି ନ ଥାଇ ମରିଯାଏ, ତେବେ ତା'ର ଭାଇ ନିଶ୍ଚୟ ସେହି ମୃତ ଭାଇର ପତ୍ନୀକୁ ବିବାହ କରିବ। ତାହାହେଲେ ସେ ତା’ ମୃତ ଭାଇ ପାଇଁ ସେହି ସ୍ତ୍ରୀଠାରୁ ସନ୍ତାନସନ୍ତତି ଉତ୍ପନ୍ନ କରି ପାରିବ। 29 ଥରେ ସାତ ଜଣ ଭାଇ ଥିଲେ। ବଡ଼ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନ ଥାଇ ସେ ଭାଇଟି ମରିଗଲେ। 30 ତା'ପରେ ସେହି ସ୍ତ୍ରୀ ଲୋକଟିକୁ ଦ୍ୱିତୀୟ ଭାଇ ବିବାହ କଲା। କିନ୍ତୁ ସେ ମଧ୍ୟ ମରିଗଲା। 31 ତା'ପରେ ତୃତୀୟ ଭାଇଟି ସେହି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ୟ ସେହି ଏକା କଥା ଘଟିଲା। ସେମାନେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହୋଇ ନ ଥିଲେ। 32 ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା। 33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ଯେତେବେଳେ ଲୋକେ ମୃତ୍ୟୁରୁ ପୁଣି ଜୀବନ ନ ପାଇ ଉଠିବେ, ସେତେବେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହେବ?”

34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି। 35 କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ। 36 ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି। 37 ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’[a] ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’[b] 38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center