Revised Common Lectionary (Complementary)
ଏକ ଆରୋହଣ ଗୀତ।
123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
ସୋଫର ଉତ୍ତର ଦେଲା
20 ତା'ପରେ ନାମାଥୀୟ ସୋଫର ଉତ୍ତର ଦେଇ କହିଲା,
2 “ମୋର ଉଦ୍ବେଗ ଚିନ୍ତା ମୋତେ ବାଧ୍ୟ କରିଛି ତୁମକୁ ଉତ୍ତର ଦେବା ପାଇଁ,
କାରଣ ମୁଁ ଅତିରିକ୍ତ ବିଚଳିତ।
3 ତୁମ୍ଭେ ତୁମ୍ଭର ଉତ୍ତରରେ ଆମ୍ଭକୁ ଅପମାନିତ କରିଛ।
କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦେବାକୁ ହେବ ମୁଁ ଜାଣେ।
4-5 “ତୁମ୍ଭେ ଜାଣ ଦୁଷ୍ଟ ଲୋକର ଆନନ୍ଦ ବେଶୀ ସମୟ ତିଷ୍ଠିପାରେ ନାହିଁ।
ଏହା ସତ୍ୟ ବହୁ ସମୟରୁ ଯେତେବେଳଠାରୁ ଆଦମ ଏ ପୃଥିବୀରେ ରଖାଯାଇଥିଲା।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାୟୀ ଅଟେ।
6 ଦୁଷ୍ଟ ଲୋକର ଗର୍ବ ହୁଏତ ଆକାଶ ସ୍ପର୍ଶ କରିପାରେ।
ତା'ର ମସ୍ତକ ମେଘକୁ ଛୁଇଁ ପାରେ।
7 କିନ୍ତୁ ସେ ନିଜର ଶରୀର ଭଳି ଦିନେ ନିଶ୍ଚିହ୍ନ ହୋଇଯିବ।
ଯେଉଁ ବ୍ୟକ୍ତିମାନେ ତାକୁ ଜାଣିଥିଲେ ସେମାନେ କହିବେ, ‘ସେ କାହିଁ?’
8 ସେ ସ୍ୱପ୍ନ ଭଳି ମିଳାଇଯିବ।
ଆଉ ତାକୁ କେହି ପାଇବେ ନାହିଁ।
ସେ ଗୋଟିଏ ରାତ୍ରିର ଦୁଃସ୍ୱପ୍ନ ଭଳି ଭୁଲି ହୋଇଯିବ।
9 ଯେଉଁ ବ୍ୟକ୍ତି ତାକୁ ଦେଖିଥିଲେ ଆଉ ତାକୁ ଦେଖି ପାରିବେ ନାହିଁ।
ତା'ର ପରିବାର ମଧ୍ୟ ତା’ ଆଡ଼କୁ ପୁଣି ଅନାଇବେ ନାହିଁ।
10 ଦୁଷ୍ଟ ବ୍ୟକ୍ତିର ପିଲାମାନେ ସେ ଅପହରଣ କରିଥିବା ଗରିବ ଲୋକର ସମ୍ପତ୍ତିକୁ ପୁଣି ଫେରାଇ ଦେବେ।
ତା'ର ନିଜ ହାତ ମଧ୍ୟ ତା'ର ସମ୍ପତ୍ତିକୁ ଫେରାଇ ଦେବ।
11 ଯେତେବେଳେ ସେ ଯୁବକ ଥିଲା, ତା'ର ହାଡ଼ ଶକ୍ତ ଥିଲା।
କିନ୍ତୁ ତା'ର ଶରୀରର ଅନ୍ୟାନ୍ୟ ଅଙ୍ଗଭଳି ସେ ମଧ୍ୟ ଶୀଘ୍ର ମାଟିରେ ମିଶିଯିବ।
ଆମ୍ଭେ ଖ୍ରୀଷ୍ଟଙ୍କ ମହିମା ଦେଖିଲୁ
16 ଆମ୍ଭେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କୁ କହିଛୁ। ତାହାଙ୍କର ଆସିବା ବିଷୟ ତୁମ୍ଭମାନଙ୍କୁ କହିଛୁ। ସେଗୁଡ଼ିକ ଲୋକମାନଙ୍କ ବିଜ୍ଞାନ ପାଇଁ ମନଗଢ଼ା ଗଳ୍ପ ନୁହେଁ। ଆମ୍ଭେ ନିଜେ ନିଜ ଆଖିରେ ଯୀଶୁଙ୍କର ମହାନତା ଦେଖିଛୁ। 17 ଯେତେବେଳେ ପରମପିତା ପରମେଶ୍ୱରଙ୍କଠାରୁ ଯୀଶୁ ସମ୍ମାନ ଓ ମହିମା ପାଇଥିଲେ, ସେତେବେଳେ ଯୀଶୁ ପିତା ପରମେଶ୍ୱରଙ୍କ ମହାଗୌରବଯୁକ୍ତ ବାଣୀ ଶୁଣିଥିଲେ। ସେହି ସ୍ୱର କହିଥିଲା: “ଏ ମୋର ପୁତ୍ର, ମୁଁ ତାହାକୁ ପ୍ରେମ କରେ। ମୁଁ ତା’ ଉପରେ ଅତି ପ୍ରସନ୍ନ।” 18 ଆମ୍ଭେ ସେହି ବାଣୀ ଶୁଣିଛୁ। ଆମ୍ଭେମାନେ ଯୀଶୁଙ୍କ ସହିତ ପବିତ୍ର ପର୍ବତରେ ଥିଲାବେଳେ ଏହି ବାଣୀ ଆକାଶରୁ ଆସିଥିଲା।
19 ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି। 20 ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ୟର ନିଜର ବ୍ୟାଖ୍ୟା ନୁହେଁ। 21 କୌଣସି ଭବିଷ୍ୟଦ୍ବାଣୀ, ମନୁଷ୍ୟର ନିଜର ଇଚ୍ଛାରୁ ଜାତ ହୋଇ ନାହିଁ। କିନ୍ତୁ ଲୋକମାନେ ପବିତ୍ରଆତ୍ମା ଦ୍ୱାରା ଗ୍ଭଳିତ ହୋଇ, ପରମେଶ୍ୱରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
2010 by World Bible Translation Center