Revised Common Lectionary (Complementary)
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ, ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
10 ସେତେବେଳେ ମୁଁ ଉପରକୁ ଗ୍ଭହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସେମାନଙ୍କ ଉପରେ ଦେଖାଗଲା। 2 ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।”
ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି। 3 ସେ ପୁରୁଷ ଗଲାବେଳେ କିରୂବଦୂତମାନେ ଗୃହର ଦକ୍ଷିଣପାର୍ଶ୍ୱରେ ଠିଆ ହୋଇଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା। 4 ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ୱାର ଆଡ଼କୁ ଗଲା, ତେଣୁ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ୱଳ ତେଜରେ ପରିପୂର୍ଣ୍ଣ ହେଲା। 5 ଆଉ ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବାର ସମୟରେ ସ୍ୱର ବଜ୍ରରବ ତୁଲ୍ୟ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
6 ପରମେଶ୍ୱର ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ୟରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନରେ ଥିବା ସ୍ଥାନରୁ ଜ୍ୱଳନ୍ତ କୋଇଲାଗୁଡ଼ିକ ନେବାକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାର୍ଶ୍ୱରେ ଠିଆ ହେଲେ। 7 ତା'ପରେ ସେହି କିରୂବଦୂତମାନଙ୍କ ମଧ୍ୟରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧ୍ୟରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ। 8 ମନୁଷ୍ୟର ହାତପରି ଦେଖାଯାଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦେଖାଗଲା।
9 ତା'ପରେ ମୁଁ ଅନାଇ ଦେଖିଲି ଏକ କିରୂବର ପାର୍ଶ୍ୱରେ ଏକ ଚକ ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାର୍ଶ୍ୱରେ ଏକାଠି ଗ୍ଭରି ଚକ ଥିଲା। ଏବଂ ସେହି ଚକମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା। 10 ସେହି ଗ୍ଭରିଚକର ଆକୃତି ଏକ ପ୍ରକାର ଥିଲା। ସେଗୁଡ଼ିକ ଗୋଟିଏ ଚକ ମଧ୍ୟରେ ଅନ୍ୟ ଚକ ଥିଲା ପରି ଦେଖା ଯାଉଥିଲା। 11 ଗମନ କରିବା ସମୟରେ ସେମାନେ ନିଜ ନିଜର ଗ୍ଭରି ପାର୍ଶ୍ୱରେ ଗମନ କଲେ ଏବଂ ଗତି କଲାବେଳେ ସେମାନେ ଫେରିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲାବେଳେ ମୁହଁ ବୁଲାଇଲେ ନାହିଁ। 12 ପୁଣି ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୁଷ୍ପ ହସ୍ତ, ପକ୍ଷ ଓ ସେହି ଗ୍ଭରିଚକ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। 13 ଆଉ “ସେହି ଚକମାନଙ୍କୁ ଘୂର୍ଣ୍ଣାୟମାନ ଚକ ବୋଲି ଡକାଯାଇଥିବାର ମୁଁ ଶୁଣିଲି।”
14-15 ପ୍ରତ୍ୟେକ କିରୂବର ଗ୍ଭରିମୁଖ ଥିଲା: ପ୍ରଥମ ମୁଖ କିରୁବଦୂତର ମୁଖ, ଦ୍ୱିତୀୟ ମୁଖ ମନୁଷ୍ୟର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତ୍କ୍ରୋଶପକ୍ଷୀର ମୁଖ ଥିଲା। ତା'ପରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସେମାନେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ।
ତା'ପରେ କିରୁବଦୂତଗଣ ଊର୍ଦ୍ଧ୍ୱକୁ ଉଠିଲେ। 16 କିରୁବମାନେ ଗମନ କଲାବେଳେ ଚକସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ। 17 ସେମାନେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ। ପୁଣି ସେମାନେ ଉପରକୁ ଉଠିବା ବେଳେ ଚକ୍ର ସବୁ ସେମାନଙ୍କ ସଙ୍ଗରେ ଉପରକୁ ଉଠିଲେ। କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ ସବୁରେ ଥିଲା।
18 ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଊର୍ଦ୍ଧ୍ୱକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠିତ ହେଲା। 19 ତା'ପରେ କିରୂବଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମୋ’ ସମ୍ମୁଖରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସେମାନଙ୍କ ସହିତ ଗମନ କଲେ। ଆଉ ସେମାନେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖରେ ଅଟକିଗଲେ ଓ ସେ ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିଜ ଭିତରେ ଅଛି
(ମାଥିଉ 24:23-28,37-41)
20 କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?”
ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ। 21 ଲୋକମାନେ କହିବେ ନାହିଁ ଯେ, ‘ହେଇ ଦେଖ, ପରମେଶ୍ୱରଙ୍କ ରାଜ୍ୟ ଏଠାରେ ଅଛି କିମ୍ବା ସେଠାରେ ଅଛି। ନା, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିଜ ଭିତରେ ଅଛି।’”
22 ତା'ପରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଦିନ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କ ଦିନ ଗୁଡ଼ିକ ମାନଙ୍କ ଭିତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। 23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ। 24 “ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ। 25 କିନ୍ତୁ ମନୁଷ୍ୟପୁତ୍ର ପ୍ରଥମେ ଅନେକ ଯନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ୱାରା ହତ ହେବେ।
26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। 27 ନୋହଙ୍କ ସମୟରେ, ଏପରିକି ନୋହ ଜାହାଜରେ ବସିବା ସମୟ ପର୍ଯ୍ୟନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ୟା ମାଡ଼ି ଆସିଲା ଓ ସେ ସମସ୍ତଙ୍କୁ ମାରି ଦେଲା।
28 “ପରମେଶ୍ୱର ଲୋଟଙ୍କ ସମୟରେ ସଦୋମ ନଗର ଧ୍ୱଂସ କଲାବେଳେ ଯାହା ଘଟିଥିଲା, ଏବେ ମଧ୍ୟ ସେହି କଥା ଘଟିବ। ସେହି ଲୋକମାନେ ସେତେବେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ। 29 ଲୋଟ ନଗର ଛାଡ଼ି ଗ୍ଭଲିଯିବା ସମୟ ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସେଠାରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦେଲା। 30 ଯେତେବେଳେ ମନୁଷ୍ୟପୁତ୍ର ଫେରି ଆସିବେ, ସେତେବେଳେ ଠିକ୍ ସେହିଭଳି ଘଟଣା ଘଟିବ।
31 “ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହେବ ନାହିଁ। ଯଦି କୌଣସି ଲୋକ ବିଲରେ ଥିବ, ତେବେ ସେ ଘରକୁ ଫେରି ପାରିବ ନାହିଁ। 32 ଲୋଟଙ୍କ ସ୍ତ୍ରୀଙ୍କର କ’ଣ ହୋଇଥିଲା, ମନେ ପକାଅ।
33 “ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ। 34 ମୁଁ ଫେରି ଆସିବା ସମୟରେ ଗୋଟିଏ କୋଠରିରେ ହୁଏତ ସେହି ରାତିରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନିଆ ହେବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ। 35 ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।” 36 [a]
37 ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ଘଟଣା କେଉଁଠାରେ ଘଟିବ ପ୍ରଭୁ?”
ଯୀଶୁ ଉତ୍ତର ଦେଲେ, “ଶାଗୁଣାମାନେ ଉଡ଼ିବା ଦ୍ୱାରା ଲୋକମାନେ ଜାଣି ପାରନ୍ତି କୌଣସି ଏକ ଶବ ପଡ଼ିଛି।”
2010 by World Bible Translation Center