Revised Common Lectionary (Complementary)
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
141 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ।
ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ଯଥା ଶୀଘ୍ର ମୋତେ ସାହାଯ୍ୟ କର।
2 ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।
3 ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର।
କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।
4 ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ।
ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର।
ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।
5 ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ।
ତାହା ତାଙ୍କ ପ୍ରତି ବହୁତ ଦୟା ହେବ।
ଯଦି ସେ ମୋତେ ସମାଲୋଚନା କରେ,
ମୁଁ ଏହା ହାର୍ଦ୍ଦିକ ସ୍ୱାଗତ[a] ଭଳି ଗ୍ରହଣ କରିବି।
କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।
6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ।
ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।
7 ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି,
ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।
8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି।
ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି।
ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।
9 ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି।
ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ।
ସେହି ଅବସରରେ ମୁଁ ରକ୍ଷା ପାଏ।
14 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 15 “ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣ, ତୁମ୍ଭର କୁଟୁମ୍ବଗଣ ପ୍ରକୃତରେ ସମଗ୍ର ଇସ୍ରାଏଲୀୟମାନଙ୍କୁ ଯିରୁଶାଲମର ଅଧିବାସୀମାନେ କହିଲେ, ‘ସଦାପ୍ରଭୁଙ୍କଠାରୁ ଦୂରେଇ ରୁହ, ଏହି ଦେଶ ଉତ୍ତରାଧିକାରୀ ସୂତ୍ରରେ ଆମ୍ଭଙ୍କୁ ଦିଆଯାଇଛି।’
16 “ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, ‘ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଜାତିଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସେମାନଙ୍କର ମନ୍ଦିର ସ୍ଥଳ ହେବା। 17 ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା। 18 ପୁଣି ସେମାନେ ସେ ଦେଶକୁ ଯିବେ ଓ ତହିଁରେ ଯାବତୀୟ ପ୍ରତିମା ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେ ସ୍ଥାନରୁ ଦୂର କରିବେ। 19 ଏବଂ ଆମ୍ଭେ ସେମାନଙ୍କୁ ଏକ ହୃଦୟ ଦେବା ଓ ସେମାନଙ୍କର ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସେମାନଙ୍କଠାରୁ କଠିନ ହୃଦୟ ଦୂର କରି, ସେମାନଙ୍କୁ କୋମଳ ହୃଦୟ ଦେବା। 20 ତହିଁରେ ସେମାନେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିୟମସବୁ ରଖିବା ପାଇଁ ଯତ୍ନବାନ୍ ହେବେ ଏବଂ ସେମାନେ ମଧ୍ୟ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।’”
21 ତା'ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି। 22 ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା। ଆଉ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଊର୍ଦ୍ଧ୍ୱରେ ବିଦ୍ୟମାନ ଥିଲା। 23 ଏହା ପରେ ସଦାପ୍ରଭୁଙ୍କର ମହିମା ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା। 24 ତା'ପରେ ଗୋଟିଏ ପବନ ମୋତେ ଉଠାଇଲା ଏବଂ ନିର୍ବାସିତରୂପେ ମୋତେ ବାବିଲକୁ ନେଇଗଲା। ପରମେଶ୍ୱରଙ୍କର ଆତ୍ମା ଦ୍ୱାରା ମୁଁ ଦର୍ଶନରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା'ପରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଗ୍ଭଲିଗଲା। 25 ତା'ପରେ ସଦାପ୍ରଭୁ ମୋତେ ଯାହା ଯାହା ବିଷୟ ଦେଖାଇ ଥିଲେ, ସେହି ସମସ୍ତ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
5 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। 2 ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
2010 by World Bible Translation Center