Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 141

ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।

141 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ।
    ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
    ଯଥା ଶୀଘ୍ର ମୋତେ ସାହାଯ୍ୟ କର।
ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର।
    ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।

ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର।
    କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।
ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ।
    ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର।
    ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।
ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ।
    ତାହା ତାଙ୍କ ପ୍ରତି ବହୁତ ଦୟା ହେବ।
ଯଦି ସେ ମୋତେ ସମାଲୋଚନା କରେ,
    ମୁଁ ଏହା ହାର୍ଦ୍ଦିକ ସ୍ୱାଗତ[a] ଭଳି ଗ୍ରହଣ କରିବି।
କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।
ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ।
    ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।

ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି,
    ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।
ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି।
    ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି।
    ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।
ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି।
    ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।
10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ।
    ସେହି ଅବସରରେ ମୁଁ ରକ୍ଷା ପାଏ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 43:1-12

ସଦାପ୍ରଭୁ ତାଙ୍କ ଲୋକମାନଙ୍କ ସହିତ ବାସ କରିବେ

43 ଏହା ପରେ ସେ ମୋତେ ପୂର୍ବଦ୍ୱାର ନିକଟକୁ ଆଣିଲେ। ଏବଂ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ପୂର୍ବ ଦିଗରୁ ଆସୁଥିବାର ମୁଁ ଦେଖି ପାରିଲି ଏବଂ ତାଙ୍କର ସ୍ୱର ସମୁଦ୍ରର ଗର୍ଜନର ସ୍ୱର ପରି ଥିଲା ଏବଂ ଦେଶଟି ତାଙ୍କ ମହିମାରେ ଆଲୋକିତ ହୋଇଗଲା। ମୁଁ ଯେଉଁ ଦର୍ଶନ ସେଠାରେ ଦେଖିଲି, ତାହା ଯେତେବେଳେ ସହରକୁ ଧ୍ୱଂସ କରିବାକୁ ଆସିଲାପରି ଦେଖାଯାଉଥିଲା ଓ ମୁଁ କବାର ନଦୀରେ ଦେଖିଥିବା ଦର୍ଶନ ପରି ଥିଲା। ମୁଁ ଭୂମିଶାୟୀ ହୋଇ ପ୍ରଣିପାତ କଲି। ଆଉ ପୂର୍ବ ଦ୍ୱାର ଦେଇ ସଦାପ୍ରଭୁଙ୍କର ମହିମା ମନ୍ଦିର ମଧ୍ୟରେ ପ୍ରବେଶ କଲା।

ତା'ପରେ ଆତ୍ମାଟି ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମାରେ ମନ୍ଦିର ପରିପୂର୍ଣ୍ଣ ହେଲା। ତା'ପରେ କେହି ଜଣେ ମୋତେ କହିବାର ମୁଁ ଶୁଣିଲି, ଯେତେବେଳେ ଲୋକଟି ମୋ’ ପାଖରେ ଛିଡ଼ା ହେଉଥିଲେ। ଆଉ ସେ ମୋତେ ମନ୍ଦିର ମଧ୍ୟରୁ କହିଲେ, “ହେ ମନୁଷ୍ୟ ପୁତ୍ର ଏହା ମୋର ସିଂହାସନର ସ୍ଥାନ ଓ ମୋର ପାଦପୀଠର ସ୍ଥାନ। ମୁଁ ଇସ୍ରାଏଲ ପରିବାର ମଧ୍ୟରେ ସଦାକାଳ ବାସ କରିବି। ଆଉ ଇସ୍ରାଏଲର ଲୋକମାନେ ଏବଂ ସେମାନଙ୍କ ରାଜାଗଣ ସେମାନଙ୍କର ଶାରୀରିକ ପାପସବୁ ସହିତ ଏହି ସ୍ଥାନରେ ନିଜର ରାଜାମାନଙ୍କ ମୃତ ଶରୀର କବର ଦେବାଦ୍ୱାରା ଏହି ସ୍ଥାନକୁ ମୋର ପବିତ୍ର ନାମକୁ ଅପମାନିତ କରିବେ ନାହିଁ। ସେମାନେ ମୋର ଦ୍ୱାର ପ୍ରବେଶ ସ୍ଥାନ ନିକଟରେ ସେମାନଙ୍କର ଦ୍ୱାର ପ୍ରବେଶ ସ୍ଥାନ ରଖିଲେ ଓ ମୋର ଦ୍ୱାରବନ୍ଧ ନିକଟରେ ସେମାନଙ୍କର ଦ୍ୱାରବନ୍ଧ ରଖିଲେ। କେବଳ ମୋର ଓ ସେମାନଙ୍କ ମଧ୍ୟରେ ଏକ କାନ୍ଥ ପୃଥକ କରୁଥିଲା। ପୁଣି ନିଜର ଜଘନ୍ୟ କର୍ମ ଦ୍ୱାରା ମୋର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି। ଏଣୁ ମୁଁ ଆପଣା କ୍ରୋଧରେ ସେମାନଙ୍କୁ ବିନାଶ କରିଅଛିା ପୁତ୍ର, ବର୍ତ୍ତମାନ ସେମାନଙ୍କୁ ସେମାନଙ୍କର ଶାରୀରିକ ପାପସବୁରୁ ଦୂରେଇ ରୁହନ୍ତୁ ଓ ସେମାନଙ୍କର ରାଜାମାନଙ୍କର ମୃତ ଶରୀର ଆମ୍ଭ ନିକଟରୁ ଦୂର କରନ୍ତୁ, ତେଣୁ ମୁଁ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବି।

10 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶକୁ ଏହି ମନ୍ଦିର ବିଷୟରେ ବର୍ଣ୍ଣନା କର। ସେମାନେ ସେହି ଗୃହର ଯୋଜନା ଜାଣିଲେ ନିଜର ପାପ କାର୍ଯ୍ୟ ପାଇଁ ହୁଏତ ଲଜ୍ଜିତ ହୋଇପାରନ୍ତି। 11 ଯଦି ସେମାନେ ସେମାନଙ୍କର କୃତ କୁକର୍ମ ପାଇଁ ଲଜ୍ଜିତ ହୁଅନ୍ତି, ସେଥିପାଇଁ ସେମାନଙ୍କୁ ମନ୍ଦିରର ନ‌କ୍‌ସା ବିଷୟରେ ଜଣାଅ। ଆଉ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷାକରି ତଦନୁସାର କର୍ମ କରିବେ ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତାହାର ଗଠନ ନିର୍ଗମ ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତାହାର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସମସ୍ତ ବ୍ୟବସ୍ଥା ସେମାନଙ୍କୁ ଜଣାଅ। ଏବଂ ସେମାନଙ୍କ ଉପସ୍ଥିତିରେ ସେସବୁ ଲେଖ। 12 ସଦାପ୍ରଭୁଙ୍କ ମନ୍ଦିରର ବ୍ୟବସ୍ଥା, ଏହି ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ଅଟେ। ଏହା ହିଁ ମନ୍ଦିରର ବ୍ୟବସ୍ଥା ଅଟେ।

ମାଥିଉ ଲିଖିତ ସୁସମାଗ୍ଭର 23:37-24:14

ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା

(ଲୂକ 13:34-35)

37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’।(A)

ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ

(ମାର୍କ 13:1-31; ଲୂକ 21:5-33)

24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”

ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”

ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।

“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center