Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 22:18-30

18 ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ଲୋକମାନେ, ‘ହାୟ, ଆମ୍ଭର ଭାଇ!
    ଅବା ହାୟ, ଆମ୍ଭ ଭଉଣୀ’ ବୋଲି ଡାକି
    ତାଙ୍କ ପାଇଁ ବିଳାପ କରିବେ ନାହିଁ।
‘ହାୟ ପ୍ରଭୁ, ହାୟ ତାଙ୍କର ମହିମା!’
    ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
19 ତାହାର କବର ଗଧର କବର ତୁଲ୍ୟ ହେବ,
    ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ।

20 “ହେ ଯିହୁଦା, ତୁମ୍ଭେ ଲିବାନୋ‌ନ୍‌ର ପର୍ବତ ଉପରେ କ୍ରନ୍ଦନ କର।
    ତୁମ୍ଭେ ବାଶନର ପର୍ବତ ଉପରେ ଉଚ୍ଚ ସ୍ୱରରେ ପାଟି କର
ଓ ଅବାରୀମର ପର୍ବତରୁ ବିଳାପ କର।
    କାରଣ ତୁମ୍ଭର ‘ପ୍ରେମିକମାନେ’ ବିନଷ୍ଟ ହୋଇଅଛନ୍ତି।

21 “ଆମ୍ଭେ ତୁମ୍ଭର ସୌଭାଗ୍ୟ ସମୟରେ ତୁମ୍ଭକୁ କଥା କହିଲୁ
    ଓ ତୁମ୍ଭକୁ ସାବଧାନ କଲୁ।
ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ।
    ଆମ୍ଭ ବାକ୍ୟ ପ୍ରତି ତୁମ୍ଭେ
    ବାଲ୍ୟାବସ୍ଥାରୁ ଅବଧାନ କରି ନାହଁ।
22 ତୁମ୍ଭ ପ୍ରତି ଶାସ୍ତି ସ୍ୱରୂପ ବାୟୁ
    ତୁମ୍ଭର ସମସ୍ତ ମେଷପାଳକଙ୍କୁ ଉଡ଼ାଇ ନେବ
ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ୱ ସ୍ଥାନକୁ ଯିବ।
    ସେହି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ
    ଲଜ୍ଜିତ ଓ ଆକୁଳିତ ହେବ।

23 “ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହରେ ଉଚ୍ଚ ପର୍ବତ ଉପରେ ବାସ କରି
    ଲିବାନୋ‌ନ୍‌ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ।
ମାତ୍ର ଯେତେବେଳେ ତୁମ୍ଭେ ଶାସ୍ତି ପାଇବ,
    ତୁମ୍ଭେ ପ୍ରସବ ବେଦନା ତୁଲ୍ୟ ବିଳାପ କରିବ।”

ଯିହୋୟାକୀ‌‌‌ନଙ୍କ ବିପକ୍ଷରେ ବିଗ୍ଭର

24 ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ପୁତ୍ର ଯିହୋୟାକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା। 25 ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କ ହସ୍ତରେ ଓ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। 26 ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶରେ ଜନ୍ମ ହୋଇ ନ ଥିଲା ସେହିପରି ଦେଶରେ ନିକ୍ଷେପ କରିବା। ସେହିଠାରେ ତୁମ୍ଭେମାନେ ମରିବ। 27 ହେ କନିୟ, ତୁମ୍ଭେ ଯେଉଁ ଦେଶକୁ ଫେରିବାକୁ ଇଚ୍ଛା କରୁଛ, ତୁମ୍ଭେ ସେ ଦେଶକୁ ଫେରିପାରିବ ନାହିଁ।”

28 କନିୟ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ୟ ଯାହା ବାହାରେ ନିକ୍ଷିପ୍ତ ହେବା ଯୋଗ୍ୟ।
    ସେ ଏକ ଅପ୍ରୀତିକର ପାତ୍ର।
ସେ ଓ ତାହାର ବଂଶ କାହିଁକି ଦୂରିକୃତ ହୋଇ
    ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ?
29 ହେ ପୃଥିବୀ, ଯିହୁଦା ଦେଶ!
    ସଦାପ୍ରଭୁଙ୍କ ବାକ୍ୟ ଶୁଣ।
30 ସଦାପ୍ରଭୁ କହନ୍ତି, “କନିୟ ବିଷୟରେ ଏହି କଥା ଲେଖ,
    ‘ସେ ନିଃସନ୍ତାନ ହେବ।
ସେ ନିଜ ଜୀବନକାଳ ମଧ୍ୟରେ ଭାଗ୍ୟବାନ୍ ହେବ ନାହିଁ।
    କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନରେ ବସିବ ନାହିଁ,
    କି ଯିହୁଦା ଉପରେ ଆପଣା ଶାସନ କର୍ତ୍ତୃତ୍ୱ କରି ଭାଗ୍ୟବାନ୍ ହେବ ନାହିଁ।’”

ଲୂକ ଲିଖିତ ସୁସମାଗ୍ଭର 18:15-17

ପରମେଶ୍ୱରଙ୍କ ରାଜ୍ୟରେ କେଉଁମାନେ ପ୍ରବେଶ କରିବେ

(ମାଥିଉ 19:13-15; ମାର୍କ 10:13-16)

15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ। 16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center