Revised Common Lectionary (Complementary)
23 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନରେ ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”
2 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ମେଷପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ଯତ୍ନ ନେଇ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ୟ ଦେବା।” ଏହା ସଦାପ୍ରଭୁ କହନ୍ତି। 3 “ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କର ବାସ ସ୍ଥାନକୁ ଫେରାଇ ଆଣିବା। ସେତେବେଳେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। 4 ଆଉ ଆମ୍ଭେ ସେମାନଙ୍କ ଉଦ୍ଦେଶ୍ୟରେ ନୂତନ ପାଳକ ନିଯୁକ୍ତ କରିବା। ସେମାନେ ସେମାନଙ୍କୁ ଚରାଇବେ ଓ ଯତ୍ନ ନେବେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହେବେ ନାହିଁ। ପୁଣି ସେମାନଙ୍କ ମଧ୍ୟରୁ କେହି ହଜିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି।
5 ସଦାପ୍ରଭୁ କହନ୍ତି,
“ଏପରି ଏକ ସମୟ ଆସୁଅଛି,
ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା।
ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ।
ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ।
6 ସେହି ଉତ୍ତମ ରାଜତ୍ୱ କାଳରେ ‘ଶାଖା’ ଉତ୍ପନ୍ନ ହୋଇ ଯିହୁଦା ପରିତ୍ରାଣ ପାଇବ
ଓ ଇସ୍ରାଏଲ ନିରାପଦରେ ବାସ କରିବ।
ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,
ଏହି ନାମରେ ସେ ବିଖ୍ୟାତ ହେବେ।
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ। ସେଲା
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା
11 ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।
ତା'ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ 12 ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି 13 ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି। 14 ସେହି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ୟ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ୱାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।
ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ
15 କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ।
କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି।
ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
16 ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି
ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ,
ସମସ୍ତ ଆଧ୍ୟାତ୍ମିକ ଶକ୍ତି,
ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
17 ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ।
ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
18 ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି।
ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ।
ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ।
ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।
19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ।
ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।
33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।
34 ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।”[a]
ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ। 35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”
36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। 37 ସୈନ୍ୟମାନେ କହିଲେ, “ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତେବେ ନିଜକୁ ରକ୍ଷା କର।” 38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ଏ ଯିହୂଦୀମାନଙ୍କର ରାଜା।”
39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”
40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ। 41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” 42 ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”
43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ[b] ପ୍ରବେଶ କରିବ।”
2010 by World Bible Translation Center