Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 33:12-22

12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

ଆଦିପୁସ୍ତକ 11:27-32

ତେରହର ବଂଶାବଳୀ

27 ଏହା ଅଟେ ତେରହର ବଂଶାବଳୀ। ତେରହ ଥିଲା ଅବ୍ରାମ, ନାହୋର ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା। 28 ହାରୋଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶରେ ମଲା। 29 ଏହା ପରେ ଅବ୍ରାମ ଓ ନାହୋର ଉଭୟ ବିବାହ କଲେ। ଅବ୍ରାମଙ୍କ ସ୍ତ୍ରୀର ନାମ ସାରୀ ଏବଂ ନାହୋରର ସ୍ତ୍ରୀ ମି‌ଲ୍‌କା, ହାରୋଣର କନ୍ୟା। ହାରୋଣର ଅନ୍ୟ ଝିଅର ନାମ ଯିସ୍କା। 30 ସାରୀ ବନ୍ଧ୍ୟା ଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲେ।

31 ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ। 32 ତେରହ ହାରଣ ନଗରରେ ଥାଇ 205 ବର୍ଷରେ ମଲା।

ମାଥିଉ ଲିଖିତ ସୁସମାଗ୍ଭର 6:19-24

ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍

(ଲୂକ 12:33-34; 11:34-36; 16:13)

19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। 20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ। 23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

24 “ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center