Revised Common Lectionary (Semicontinuous)
ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ
42 “ମୋର ଦାସକୁ ଦେଖ।
ମୁଁ ତାକୁ ମନୋନୀତ କରିଅଛି।
ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ।
ମୁଁ ତାହା ଉପରେ
ନିଜର ଆତ୍ମାକୁ ସ୍ଥାପନ କରିଅଛି।
ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।
2 ସେ ରାଜପଥରେ ଉଚ୍ଚସ୍ୱରରେ କହିବ ନାହିଁ
କି ସେ ଚିତ୍କାର କରିବ ନାହିଁ।
3 ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ,
ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ।
ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉଦ୍ଘାଟନ କରିବେ।
4 ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ
ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ।
ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’
ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା
5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।
6 “ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି।
ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି।
ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି,
ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
7 ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ,
କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ
ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।
8 “ମୁଁ ସଦାପ୍ରଭୁ
ଓ ତାହା ହିଁ ମୋର ନାମ।
ମୋର ପ୍ରଶଂସା ଓ ମହିମା
ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।
9 ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା।
ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ।
ଭବିଷ୍ୟତରେ କ’ଣ କ’ଣ ଘଟିବ,
ତାହା ତୁମ୍ଭକୁ ଜଣାଉ।”
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
କର୍ଣ୍ଣୀଲିୟଙ୍କ ଘରେ ପିତରଙ୍କ ଶିକ୍ଷା
34 ପିତର କହିବା ଆରମ୍ଭ କଲେ, “ମୁଁ ବର୍ତ୍ତମାନ ପ୍ରକୃତରେ ବୁଝିପାରୁଛି, ପରମେଶ୍ୱରଙ୍କ ଦୃଷ୍ଟିରେ ପ୍ରତ୍ୟେକ ଲୋକ ସମାନ। ତାହାଙ୍କ ପାଖରେ କୌଣସି ଭେଦଭାବ ନାହିଁ। 35 କିନ୍ତୁ ପରମେଶ୍ୱର ତାହାଙ୍କୁ ଉପାସନା କରୁଥିବା ଓ ଉତ୍ତମ କର୍ମ କରୁଥିବା ଲୋକଙ୍କୁ ଗ୍ରହଣ କରନ୍ତି। 36 ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
37 “ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ସମ୍ପର୍କରେ ପ୍ରଗ୍ଭର ହେବାପରେ ଗାଲିଲୀଠାରୁ ଆରମ୍ଭ କରି ସାରା ଯିହୂଦାରେ ଯାହାସବୁ ଘଟିଲା, ତାହା ତୁମ୍ଭେମାନେ ଜାଣିଛ। 38 ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।
39 “ଯୀଶୁ ଯିହୂଦା ଦେଶରେ ଓ ଯିରୁଶାଲମରେ ଯାହାସବୁ କରିଥିଲେ ସେହିସବୁ ଆମ୍ଭେ ନିଜେ ଦେଖିଅଛୁ। ଆମ୍ଭେ ତାହାର ସାକ୍ଷୀ ଅଟୁ। ସେମାନେ ତାହାଙ୍କୁ ବଧକଲେ। କାଠ ନିର୍ମିତ କ୍ରୁଶରେ ସେମାନେ ତାହାଙ୍କୁ ଚଢ଼ାଇ ହତ୍ୟା କଲେ। 40 କିନ୍ତୁ ତାହାଙ୍କ ମୃତ୍ୟୁର ତିନି ଦିନ ପରେ ପରମେଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ପୁନର୍ଜୀବିତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦେଖାଇଲେ। 41 ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।
42 “ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଗ୍ଭରକ ହେବା ନିମନ୍ତେ କେବଳ ଏକମାତ୍ର ସେ ଯେ ନିଯୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ୟ ଦେବା ପାଇଁ ମଧ୍ୟ କହିଲେ। 43 ଯେ କେହି ଯୀଶୁଙ୍କଠାରେ ବିଶ୍ୱାସ କରିବ, ସେ ପାପ କ୍ଷମା ପାଇବ। ପରମେଶ୍ୱର ଯୀଶୁଙ୍କ ନାମରେ ସେହି ବ୍ୟକ୍ତିର ସମସ୍ତ ପାପ କ୍ଷମା କରିଦେବେ। ସମସ୍ତ ଭାବବାଦୀଙ୍କ ଦ୍ୱାରା କଥିତ ଏହି ବାକ୍ୟ ନିରାଟ ସତ୍ୟ ଅଟେ।”
ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ
(ମାର୍କ 1:9-11; ଲୂକ 3:21-22)
13 ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ। 14 କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?”
15 ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।
16 ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ। 17 ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”
2010 by World Bible Translation Center