Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 89:5-37

ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
    ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
    “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
    ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
    ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
    ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
    ସେ ଏକ ଶବପରି ଥିଲା।
    ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।

11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
    ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
    ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
    ତୁମ୍ଭର ଶକ୍ତି ମହାନ।
    ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
    ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।

15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
    ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
    ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି।
    ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
    ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।

19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
    ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
    ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
    ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।

30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
    ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
    ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
    ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
    ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
    କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
    ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
    ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
    ଏହା ଆକାଶପରି ଚିରଦିନ ପାଇଁ ରହିବ।” ସେଲା

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1:4-10

ଯିରିମିୟଙ୍କୁ ପରମେଶ୍ୱରଙ୍କ ଡାକରା

ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ
    ଆମ୍ଭେ ତୁମ୍ଭକୁ ଜାଣିଲୁ।
ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ
    ଆମ୍ଭେ ତୁମ୍ଭକୁ ଅଲଗା କଲୁ
    ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟ‌ଦ୍‌ବକ୍ତା ରୂପେ ନିଯୁକ୍ତ କଲୁ।”

ତା'ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”

ମାତ୍ର ସଦାପ୍ରଭୁ ମୋତେ କହିଲେ,

“ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’
    କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ।
    ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ,
    କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।”
ଏହା ସଦାପ୍ରଭୁ କହନ୍ତି।

ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ,

“ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।
10 ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ।
    ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ,
ବିନାଶ ଓ ନିପାତ କରିବ।
    କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 8:4-13

ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।

ଶମିରୋଣରେ ଫିଲି‌ପ୍‌ପଙ୍କର ପ୍ରଗ୍ଭର

ଫିଲି‌ପ୍‌ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ। ସେଠାକାର ଲୋକମାନେ ଫିଲି‌ପ୍‌ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ। ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲି‌ପ୍‌ପଙ୍କ ଦ୍ୱାରା ଆରୋଗ୍ୟ ହେଲେ। ଏଥି ଯୋଗୁଁ, ସେ ନଗରର ଲୋକମାନେ ବହୁତ ଖୁସୀ ହେଲେ।

ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲି‌ପ୍‌ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। 10 ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।” 11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁ‌ଗ୍‌ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। 12 କିନ୍ତୁ ଯେତେବେଳେ ସେମାନେ ଫିଲି‌ପ୍‌ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲି‌ପ୍‌ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ। 13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲି‌ପ୍‌ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center