Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 89:5-37

ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
    ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
    “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
    ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
    ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
    ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
    ସେ ଏକ ଶବପରି ଥିଲା।
    ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।

11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
    ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
    ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
    ତୁମ୍ଭର ଶକ୍ତି ମହାନ।
    ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
    ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।

15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
    ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
    ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି।
    ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
    ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।

19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
    ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
    ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
    ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
    ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
    ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
    ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
    ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
    ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
    ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
    ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
    ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।

30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
    ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
    ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
    ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
    ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
    କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
    ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
    ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
    ଏହା ଆକାଶପରି ଚିରଦିନ ପାଇଁ ରହିବ।” ସେଲା

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 51:1-16

ଇସ୍ରାଏଲ ଅବ୍ରହାମ ସଦୃଶ ହେବା ଉଚିତ୍

51 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର। ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”

ସେହିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହେବେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହେବେ ଏବଂ ସଙ୍ଗୀତ ଧ୍ୱନି କରି ଧନ୍ୟବାଦ ଦେବେ।

“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର;
ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର।
    ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା।
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି
    ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଗ୍ଭର କରିବ।
ଦ୍ୱୀପଗଣ ଆମ୍ଭ ଅପେକ୍ଷାରେ ରହିବେ
    ଓ ଆମ୍ଭର ପରାକ୍ରମରେ ଆଶା ରଖିବେ।
ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର
    ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର।
କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ
    ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ।
ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ।
    ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ
    ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।
ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ।
    ଯେଉଁ ଲୋକମାନେ ମୋର ଶିକ୍ଷା ହୃଦୟରେ ଧରି ରଖନ୍ତି, ଦୟାକରି ମୋ’ କଥା ଶୁଣ,
ତୁମ୍ଭେମାନେ ଦୁଷ୍ଟ ଲୋକଙ୍କ ଅପମାନରେ
    ଭୟଭୀତ ହୁଅ ନାହିଁ।
କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ
    ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ।
ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ
    ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”

ପରମେଶ୍ୱରଙ୍କ ସ୍ୱପରାକ୍ରମ ତାଙ୍କର ସନ୍ତାନମାନଙ୍କୁ ରକ୍ଷା କରିବ

ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ।
    ବଳ ଧାରଣ କର।
ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର
    ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ।
ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ
    ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
10 ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ,
    ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ
    ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ,
    ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ।
ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ।
    ସେମାନେ ଆନନ୍ଦ
ଓ ଉଲ୍ଲାସ ପ୍ରାପ୍ତ ହେବେ
    ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ।

12 ସଦାପ୍ରଭୁ କୁହନ୍ତି, “ଆମ୍ଭେ ହେଉଛୁ ସେହି ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦିଅନ୍ତି,
    ତେବେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ୟ
    ଏପରି ମାନବର ସନ୍ତାନକୁ ଭୟ କରୁଅଛ?”

13 ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି,
    ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି
    ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ।
ତେଣୁ ତୁମ୍ଭେ ଦିନଯାକ ନିରନ୍ତର ସେମାନଙ୍କୁ ଭୟ କରୁଅଛ
    ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ୟତ ହୋଇ କୋପ କରିଛନ୍ତି।
ମାତ୍ର ସେହି ଉପଦ୍ରବକାରୀ ଏବେ କାହାନ୍ତି
    ଓ ତାଙ୍କର କୋପ କାହିଁ?

14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ।
    ପୁଣି ସେ ମରି ଗର୍ତ୍ତକୁ ଯିବ ନାହିଁ।
କିମ୍ବା ତାହାର ଖାଦ୍ୟର ଅଭାବ ହେବ ନାହିଁ।

15 “ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି।
    ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ।”
    ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

16 “ହେ ମୋର ସେବକ ଇସ୍ରାଏଲ, ଆମ୍ଭେ ତୁମ୍ଭ ମୁଖରେ ଆମ୍ଭର ବାକ୍ୟ ରଖିଅଛୁ ଓ ଆମ୍ଭର ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ, ଆମ୍ଭେ ସ୍ୱର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ‘ତୁମ୍ଭେମାନେ ମୋର ସନ୍ତାନ।’”

ମାଥିଉ ଲିଖିତ ସୁସମାଗ୍ଭର 12:15-21

ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ

15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। 16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ। 17 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,

18 “ଏ ମୋର ସେବକ।
    ମୁଁ ତାହାଙ୍କୁ ବାଛିଛି।
ମୁଁ ତାହାଙ୍କୁ ଭଲ ପାଏ।
    ମୁଁ ତାହାଙ୍କ ଉପରେ ଖୁସୀ।
ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି।
    ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ।
    ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ
    କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ।
ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21     ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center