Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।
6 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
7 ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”
ଶୀବନ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା
15 ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, “ତୁମ୍ଭେ ଗୃହର ଅଧ୍ୟକ୍ଷ ଶୀବନ ନିକଟକୁ ଯାଇ କୁହ, 16 “ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।
17-18 “ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦେବେ। ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦେବେ ଯେଉଁଠାରେ ତୁମ୍ଭେ ମରିବ।
“ତୁମ୍ଭେ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥଗୁଡ଼ିକ ପାଇଁ ଗର୍ବ କରିବ, ମାତ୍ର ପ୍ରଭୁଙ୍କ ଗୃହରେ ଏହା ନିକୃଷ୍ଟ ବୋଲି ପ୍ରମାଣିତ ହେବ। 19 ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦେବି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ। 20 ଆଉ ସେଦିନ ଆମ୍ଭେ ଆପଣା ଦାସ ହିଲ୍କିୟର ପୁତ୍ର ଇଲିୟାକିମଙ୍କୁ ଡାକିବା। 21 ସେଦିନ ମୁଁ ତୁମ୍ଭର ପରିଧାନ ନେଇ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କର୍ତ୍ତୃତ୍ୱାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ଯିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହେବ।
22 “ପୁଣି ମୁଁ ଦାଉଦ ବଂଶର ଗ୍ଭବି ତାହାର କାନ୍ଧରେ ରଖିବି। ସେ ଦ୍ୱାର ଖୋଲିଲେ କେହି ବନ୍ଦ କରି ପାରିବେ ନାହିଁ। ପୁଣି ସେ ବନ୍ଦ କଲେ କେହି ଖୋଲିବେ ନାହିଁ। ମୋର ସେହି ଦାସ ନିଜର ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ। 23 ମୁଁ ତାକୁ ଖିଲ ସଦୃଶ ସୁଦୃଢ଼ ସ୍ଥାନରେ ବିଦ୍ଧ କରିବି। 24 ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପରେ ଟଙ୍ଗାଇବେ। ସମସ୍ତ ବୟସ୍କ ଓ ଛୋଟ ପିଲାମାନେ ତା'ଉପରେ ନିର୍ଭର କରିବେ। ସେହି ଲୋକମାନେ ପାନପାତ୍ର ଅବଧି କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।”
25 “ସେଦିନ ସେହି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନରେ ବିଦ୍ଧ ହୋଇଥିଲା ତାହା ଦୁର୍ବଳ ହୋଇଯିବ ଓ ଭାଙ୍ଗି ତଳେ ପଡ଼ିଯିବ। ସେହି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥିରେ ଟଙ୍ଗା ଯାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହୋଇଯିବ। ତା'ପରେ ମୁଁ ଯାହା କହୁଛି ଏହା ଘଟିବ।” କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
ପ୍ରକୃତ ସୁସମାଗ୍ଭର ଗୋଟିଏ ମାତ୍ର
6 ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ୱର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହରେ ଖ୍ରୀଷ୍ଟଙ୍କ ମାଧ୍ୟମରେ ଡାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ଯ୍ୟ ହେଲି ଯେ, ତୁମ୍ଭେମାନେ ସେହି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇ, କୌଣସି ଅନ୍ୟ ସୁସମାଗ୍ଭରକୁ ବିଶ୍ୱାସ କରୁଛ। 7 ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି। 8 କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା'ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର। 9 ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭେମାନେ ପୂର୍ବରୁ ପ୍ରକୃତ ସୁସମାଗ୍ଭର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କେହି ବ୍ୟକ୍ତି କିଛି ଅନ୍ୟ ଉପାୟ ବିଷୟରେ କହେ ତା'ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।
10 ତୁମ୍ଭେମାନେ କ’ଣ ଭାବୁଛ ଯେ, ଲୋକେ ମୋତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି? ନା! ଜଣେ ପରମେଶ୍ୱର ଅଛନ୍ତି, ମୁଁ କେବଳ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥା’ନ୍ତି, ତେବେ ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥା’ନ୍ତି।
ପରମେଶ୍ୱରଙ୍କଠାରୁ ପାଉଲଙ୍କ ଅଧିକାର
11 ଭାଇମାନେ! ମୁଁ କହି ଦେବାକୁ ଗ୍ଭହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଗ୍ଭର ଶୁଣାଇଲି ତାହା ମନୁଷ୍ୟକୃତ ନୁହେଁ। 12 ମୁଁ ସେହି ସୁସମାଗ୍ଭର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମୋତେ ତାହା ଶିକ୍ଷା ଦେଇ ନାହିଁ, ବରଂ ଯୀଶୁ ଖ୍ରୀଷ୍ଟ ସେହି ସୁସମାଗ୍ଭର ମୋ’ ଆଗରେ ପ୍ରକାଶିତ କଲେ।
2010 by World Bible Translation Center