Revised Common Lectionary (Semicontinuous)
6 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
7 ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
8 ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ।
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”
12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
ହେ ସଦାପ୍ରଭୁ, ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”
17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
ହେ ମୋର ପରମେଶ୍ୱର, ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
ଓ ମୋତେ ଉଦ୍ଧାର କର।
ନିସ୍ତାରପର୍ବ
12 ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ, 2 “ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହେବ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହେବ। 3 ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ। 4 ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ। 5 ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର। 6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ। 7 ତୁମ୍ଭେମାନେ ସେହି ପଶୁର ରକ୍ତ ନେଇ ତୁମ୍ଭେ ଯେଉଁ ଘରେ ମେଷ ଖାଉଥିବ, ସେହି ଗୃହର ଦ୍ୱାରବନ୍ଧ ଉପର ଓ ବାଜୁବନ୍ଧ ପାଖରେ ସେହି ରକ୍ତ ଲଗାଇବ।
8 “ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ। 9 ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍। 10 ତୁମ୍ଭେ ନିଶ୍ଚିତ ତା'ର ମାଂସକୁ ସେହି ଦିନ ରାତ୍ରିରେ ଖାଇ ଶେଷ କରିବ। ଯଦି କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ବଳିଯାଏ, ତେବେ ତାହାକୁ ନ ଖାଇ ଅଗ୍ନିରେ ଦଗ୍ଧ କରିବ।
11 “ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।
12 “ଆଜି ରାତ୍ରିରେ ମୁଁ ମିଶର ଦେଶ ମଧ୍ୟଦେଇ ଯିବି ଓ ସେମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କରିବି। ଏହି ପ୍ରକାରରେ ମିଶରର ସମସ୍ତ ଦେବତାମାନଙ୍କର ବିଗ୍ଭର କରିବି। ମୁଁ ତାଙ୍କୁ ଦେଖାଇବି ଯେ, ମୁଁ ହେଉଛି ସଦାପ୍ରଭୁ। 13 ମନେରଖ ସେହି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ୱରୂପ ହେବ। ମୁଁ ଯେତେବେଳେ ସେହି ରକ୍ତ ଦେଖିବି ସେହି ଘରକୁ ଛାଡ଼ି ଆଗକୁ ଆଗେଇବି। ସଂହାର କାର୍ଯ୍ୟ କେବଳ ମିଶର ଉପରେ ହେବ ତୁମ୍ଭମାନଙ୍କର କିଛି ହେବ ନାହିଁ।
21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। 22 ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ। 23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। 24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। 25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। 26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’ 27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’”
ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ। 28 ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।
ଫିଲିପ୍ପଙ୍କର ଇଥିଓପିଆରୁ ଆସିଥିବା ଲୋକଙ୍କୁ ଶିକ୍ଷା
26 ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”
27 ଫିଲିପ୍ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ। 28 ସେ ରଥରେ ବସି ଫେରିବା ସମୟରେ ଭାବବାଦୀ ଯିଶାଇୟଙ୍କର ପୁସ୍ତକରୁ ପଢୁଥିଲେ।
29 ସେତେବେଳେ ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” 30 ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”
31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ। 32 ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:
“ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା।
ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁପ୍ହୋଇ ଠିଆ ହୁଏ,
ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।
33 ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା।
ଏହି ପୃଥିବୀରେ ତାହାଙ୍କର ଜୀବନକାଳ ଶେଷ ହେଲା।
କିଏ ତାହାଙ୍କ ବଂଶ ବିଷୟରେ କଥାବାର୍ତ୍ତା କରିବ?”(A)
34 ନପୁଂସକ ଫିଲିପ୍ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?” 35 ତା'ପରେ ଫିଲିପ୍ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।
36 ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?” 37 [a] 38 ତା'ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା'ପରେ ଫିଲିପ୍ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39 ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ। 40 କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।
2010 by World Bible Translation Center