Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 27:1-6

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 1:1-20

ଇ‌ଲ୍‌କାନା ଓ ତାଙ୍କ ପରିବାର ଶୀଲୋଠାରେ ଉପାସନା କଲେ

ଇଫ୍ରୟିମର ପର୍ବତମୟ ଦେଶର ରାମାଠାରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇ‌ଲ୍‌କାନା। ଇ‌ଲ୍‌କାନା ସୂଫ ପରିବାରବର୍ଗର ଥିଲେ। ଇ‌ଲ୍‌କାନା ଯିରୋହମର ପୁତ୍ର ଥିଲା, ଯିଏ ଇଲୀହର ପୁତ୍ର ଥିଲା, ଯିଏ ତୋହର ପୁତ୍ର ଥିଲା, ଯିଏ ସୂଫର ପୁତ୍ର ଥିଲା ଓ ଏମାନେ ଇଫ୍ରୟିମ ପରିବାରବର୍ଗର ଥିଲେ।

ଇ‌ଲ୍‌କାନାର ଦୁଇଟି ସ୍ତ୍ରୀ ଥିଲେ, ଜଣକର ନାମ ଥିଲା ହାନ୍ନା ଓ ଅନ୍ୟ ଜଣକର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।

ପ୍ରତି ବର୍ଷ ଇ‌ଲ୍‌କାନା ତା'ର ନିଜ ସହର ରାମାକୁ ଛାଡ଼ି ଶୀଲୋକୁ ଯାଉଥିଲା, ଶୀଲୋରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସେଠାକୁ ଯାଉଥିଲା। ଯେଉଁ ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କର ଯାଜକ ଥିଲେ, ତାଙ୍କର ନାମ ଥିଲା, ହ‌ଫ୍‌ନି ଓ ପୀନହସ୍। ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା'ର ସ୍ତ୍ରୀ ପନିନ୍ନା ଏବଂ ତା'ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା। ଇ‌ଲ୍‌କାନା ମଧ୍ୟ ତା'ର ସ୍ତ୍ରୀ ହାନ୍ନାକୁ ତା'ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।

ପନିନ୍ନା ହାନ୍ନାକୁ ଧୈର୍ଯ୍ୟଚ୍ୟୁତ କଲା

ସଦାପ୍ରଭୁ ହାନ୍ନା କୋଳରେ କୌଣସି ସନ୍ତାନ ଦେଇ ନ ଥିଲେ, ତେଣୁ ପନିନ୍ନା ତାକୁ ଦୁଃଖିତ କରୁଥିଲା ଏବଂ ତାକୁ ବିରକ୍ତି କରୁଥିଲା। ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ। ତା'ର ସ୍ୱାମୀ ଇ‌ଲ୍‌କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”

ହାନ୍ନାର ପ୍ରାର୍ଥନା

ଖାଇପିଇ ସାରିବା ପରେ ହାନ୍ନା ଚୁ‌ପ୍‌ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା। 10 ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା। 11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”

12 ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକୁ ଦେଖୁଥିଲେ। 13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା'ର ଓଷ୍ଠ ହଲୁଥିଲା। ମାତ୍ର ତା'ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ। 14 ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।”

15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। 16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”

17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”

18 ତା'ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା'ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।

19 ତା’ ପରଦିନ ପ୍ରଭାତରେ ଇ‌ଲ୍‌କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ।

ଶାମୁୟେଲର ଜନ୍ମ

ତା'ପରେ ଇ‌ଲ୍‌କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ। 20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”

ଗାଲାତୀୟଙ୍କ ପ୍ରତି ପତ୍ର 1:11-24

ପରମେଶ୍ୱରଙ୍କଠାରୁ ପାଉଲଙ୍କ ଅଧିକାର

11 ଭାଇମାନେ! ମୁଁ କହି ଦେବାକୁ ଗ୍ଭହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଗ୍ଭର ଶୁଣାଇଲି ତାହା ମନୁଷ୍ୟକୃତ ନୁହେଁ। 12 ମୁଁ ସେହି ସୁସମାଗ୍ଭର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମୋତେ ତାହା ଶିକ୍ଷା ଦେଇ ନାହିଁ, ବରଂ ଯୀଶୁ ଖ୍ରୀଷ୍ଟ ସେହି ସୁସମାଗ୍ଭର ମୋ’ ଆଗରେ ପ୍ରକାଶିତ କଲେ।

13 ତୁମ୍ଭେମାନେ ମୋ’ ପୂର୍ବ ଜୀବନ ବିଷୟରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦେବା ପାଇଁ ଚେଷ୍ଟା କରିଥିଲି। 14 ମୁଁ ଯିହୂଦୀ ଧର୍ମର ଜଣେ ନେତା ହୋଇ ଉଠୁଥିଲି। ମୁଁ ମୋ’ ବୟସର ତୁଳନାରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମ ଗୁଡ଼ିକ ପରମ୍ପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।

15 କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି। 16 ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ କହିଲେ। ଯେତେବେଳେ ପରମେଶ୍ୱର ମୋତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାଯ୍ୟ ନେଇ ନ ଥିଲି। 17 ମୋ’ ଆଗରୁ ପ୍ରେରିତ ହୋଇ ସାରିଥିବା ଯିରୁଶାଲମର ପ୍ରେରିତମାନଙ୍କ ପାଖକୁ ମୁଁ ଗଲି ନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମେସକ ନଗରକୁ ଫେରିଗଲି।

18 ତିନି ବର୍ଷ ପରେ ମୁଁ ଯିରୁଶାଲମକୁ ଗଲି। ମୁଁ ପିତର[a]ଙ୍କୁ ଦେଖା କରିବାକୁ ଯାଇଥିଲି। 19 ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ। 20 ପରମେଶ୍ୱର ଜାଣନ୍ତି ଯେ, ମୁଁ ଏଥିରେ ଯାହାକିଛି ଲେଖୁଛି, ତାହା ମିଥ୍ୟା ନୁହେଁ। 21 ତା'ପରେ ମୁଁ ସୁରିଆ ଓ କିଲିକିୟା ଅଞ୍ଚଳଗୁଡ଼ିକୁ ଗଲି।

22 ଯିହୂଦାରେ ଖ୍ରୀଷ୍ଟଙ୍କଠାରେ ଥିବା ମଣ୍ଡଳୀଗୁଡ଼ିକ ମୋତେ ପୂର୍ବରୁ ଦେଖି ନ ଥିବାରୁ ମୋତେ ଚିହ୍ନି ନ ଥିଲେ। 23 ସେମାନେ କେବଳ ମୋ’ ବିଷୟରେ ଶୁଣିଥିଲେ ଯେ, “ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ୱାସମତକୁ ପ୍ରଗ୍ଭର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।” 24 ମୋ’ ପ୍ରତି ଯାହା ଘଟିଲା, ସେଥିପାଇଁ ସେମାନେ ପରମେଶ୍ୱରଙ୍କୁ ପ୍ରଶଂସା କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center