Revised Common Lectionary (Semicontinuous)
ଗୋଟିଏ ନୂତନ ଦିବସ ଆସୁଛି
9 ଅତୀତରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପରେ ପରମେଶ୍ୱର ସେ ଦେଶଗୁଡ଼ିକ ମହାନ କରିଦେଲେ। ସମୁଦ୍ର ନିକଟବର୍ତ୍ତୀ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱ ଗାଲିଲୀର ଅଣଯିହୂଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ। 2 ସେହି ଲୋକମାନେ ଅନ୍ଧକାରରେ ଚଲାବୁଲା କରୁଥିଲେ, ମାତ୍ର ସେମାନେ ଏକ ମହାନ ଆଲୋକ ଦେଖିଛନ୍ତି। ସେମାନେ ମୃତ୍ୟୁରୂପକ ଅନ୍ଧକାର ମଧ୍ୟରେ ବାସ କରୁଥିଲେ, ମାତ୍ର ସେହି “ଉଜ୍ଜ୍ୱଳ ଆଲୋକ’ ସେମାନଙ୍କୁ ଦୀପ୍ତିମୟ କରିଛି।
3 ହେ ପରମେଶ୍ୱର, ତୁମ୍ଭେ ସେହି ଗୋଷ୍ଠୀର ବୁଦ୍ଧିର କାରଣ ହେବ। ତୁମ୍ଭେ ସେହି ଲୋକମାନଙ୍କୁ ସୁଖୀ କରିବ ଏବଂ ସେହି ଲୋକମାନେ ତୁମ୍ଭକୁ ସେମାନଙ୍କର ଆନନ୍ଦ ଦେଖାଇବେ। ଏହି ଆନନ୍ଦ ଶସ୍ୟ ସମୟରେ ଉଲ୍ଲାସ ପରି ହେବ। ପୁଣି ଏହି ଆନନ୍ଦ ଉଲ୍ଲାସ ଲୁଣ୍ଠନ ଦ୍ରବ୍ୟକୁ ଭାଗ କଲାବେଳେ ଯେପରି ହୁଏ ସେହିପରି ହେବ। 4 ଏପରି କାହିଁକି ହେବ, କାରଣ ତୁମ୍ଭେ ସେମାନଙ୍କର ଶକ୍ତ ଭାର ବହନ କରିବ। ସେମାନଙ୍କର ସ୍କନ୍ଧସ୍ଥିତ ଯୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦେବାକୁ ବ୍ୟବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିୟନକୁ ପରାଜିତ କଲାଭଳି ଏହା ହେବ।
ଦାଉଦଙ୍କର ଗୀତ।
27 ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”
5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।
7 ହେ ସଦାପ୍ରଭୁ, ମୋର ଡାକ ଶୁଣ।
ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
9 ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
ମୋତେ ସାହାଯ୍ୟ କର।
ମୋତେ ଦୂର କର ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
କରିନ୍ଥୀ ମଣ୍ଡଳୀରେ ସମସ୍ୟା
10 ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।
11 ହେ ଭାଇ ଓ ଭଉଣୀମାନେ ଖ୍ଳୟୀଙ୍କ ପରିବାରର କେତେକ ଲୋକ ତୁମ୍ଭମାନଙ୍କ ବିଷୟରେ ମୋତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ପରସ୍ପର ବାଦବିବାଦ ଅଛି। 12 ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁହେ, “ମୁଁ ପାଉଲଙ୍କର ଅନୁଗାମୀ,” ଆଉଜଣେ କୁହେ “ମୁଁ ଆପଲ୍ଲଙ୍କର ଅନୁଗାମୀ,” ଅନ୍ୟ ଜଣେ କୁହେ, “ମୁଁ କେଫାଙ୍କର ଅନୁଗାମୀ,” ଓ ଅନ୍ୟଜଣେ କୁହେ: “ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!” 13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା! 14 ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ୟରୁ ଆଉ କାହାରିକୁ ବାପ୍ତିଜିତ ନ ଦେଇ ଥିବାରୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। 15 ଏଥିଲାଗି ଧନ୍ୟବାଦ ଦେଉଛି ଯେ, କେହିହେଲେ ମୋ’ ନାମରେ ତୁମ୍ଭେମାନେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ। 16 ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ୟ ବାପ୍ତିଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ। 17 ଖ୍ରୀଷ୍ଟ ମୋତେ ଲୋକମାନଙ୍କୁ ଡୁବନ କରିବା ଦାୟିତ୍ୱ ଦେଇ ନ ଥିଲେ। ସେ ମୋତେ ସୁସମାଗ୍ଭର ପ୍ରଗ୍ଭର କରିବା ଦାୟିତ୍ୱ ଦେଇ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତାରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କରିବାକୁ ଖ୍ରୀଷ୍ଟ ମୋତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶରେ ଥିବା ମହାଶକ୍ତି ବ୍ୟର୍ଥ ହୋଇଯିବ।
ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ
18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।
ଗାଲିଲୀରେ ଯୀଶୁ କାର୍ଯ୍ୟ ଆରମ୍ଭ କଲେ
(ମାର୍କ 1:14-15; ଲୂକ 4:14-15)
12 ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ। 13 ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ। 14 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ।
15 “ସବୂଲୂନ ଓ ନପ୍ତାଲି ପ୍ରଦେଶ,
ସମୁଦ୍ର ରାସ୍ତାର ନିକଟସ୍ଥ ଯର୍ଦ୍ଦନ ନଦୀର ପରପାରିସ୍ଥ
ଗାଲିଲୀର ଏକ ଅଣଯିହୂଦୀ ପ୍ରଦେଶ।
16 ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ,
ସେମାନେ ଏକ ମହାନ ଜ୍ୟୋତି ଦେଖିଲେ।
କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ,
ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”(A)
17 ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”
ଯୀଶୁ କେତେକ ଶିଷ୍ୟଙ୍କୁ ବାଛିଲେ
(ମାର୍କ 1:16-20; ଲୂକ 5:1-11)
18 ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ। 19 ଯୀଶୁ ସେମାନଙ୍କୁ କହିଲେ, “ଆସ, ମୋତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।” 20 ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡ଼ିଦେଇ ଯୀଶୁଙ୍କୁ ଅନୁସରଣ କଲେ।
21 ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ। 22 ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍ଗାକୁ ଛାଡ଼ି ଦେଇ ଯୀଶୁଙ୍କୁ ଅନୁସରଣ କଲେ।
ଯୀଶୁ ଲୋକମାନଙ୍କୁ ଉପଦେଶ ଦେଲେ ଓ ରୋଗସୁସ୍ଥ କଲେ
(ଲୂକ 6:17-19)
23 ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ।
2010 by World Bible Translation Center