Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ମୀଖା ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 6:1-8

ସଦାପ୍ରଭୁଙ୍କର ଅଭିଯୋଗ

ଶୁଣ, ସଦାପ୍ରଭୁ ଯାହା କହନ୍ତି,
“ଉଠ ଏବଂ ତୁମ୍ଭର ଅଭିଯୋଗ ପର୍ବତମାନଙ୍କ ସମ୍ମୁଖରେ ଓ ସେହି ପାହାଡ଼ ଗୁଡ଼ିକ ସମ୍ମୁଖରେ ପ୍ରକାଶ କର,
    ଯେଉଁ ପାହାଡ଼ଗୁଡ଼ିକ ତୁମ୍ଭର କଥା ଶୁଣନ୍ତି।
ସଦାପ୍ରଭୁଙ୍କର ଏକ ଅଭିଯୋଗ ଲୋକମାନଙ୍କ ବିରୁଦ୍ଧରେ ଅଛି।
    ତେଣୁ ହେ ପର୍ବତଗଣ ଓ ପୃଥିବୀର ସମସ୍ତ ମୂଳଦୁଆ,
ସଦାପ୍ରଭୁଙ୍କର ଅଭିଯୋଗ ଶୁଣ,
    ଇସ୍ରାଏଲ ଭୁଲ୍ ବୋଲି ପ୍ରମାଣିତ ହେବ।”

ସଦାପ୍ରଭୁ ପୁଣି କୁହନ୍ତି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ କୁହ
    ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ କି କାର୍ଯ୍ୟ କରିଅଛୁ।
    ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ୟ ଦିଅ।
ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା।
    ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ।
ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ
    ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।
ହେ ଆମ୍ଭର ଲୋକମାନେ, ମୋୟାବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର।
    ଆଉ ବିୟୋରର ପୁତ୍ର ବିଲିୟମ୍ ତାଙ୍କୁ କି ଉତ୍ତର ଦେଇଥିଲେ, ତାକୁ ସ୍ମରଣ କର।
ଶିଟୀ‌‌ମ୍‌‌ଠାରୁ ଗି‌ଲ୍‌ଗଲ୍ ପର୍ଯ୍ୟନ୍ତ ଯାହାସବୁ ଘଟିଯାଇଛି, ତାକୁ ମଧ୍ୟ ମନେ ପକାଅ।
    ତାହାହେଲେ ସଦାପ୍ରଭୁଙ୍କର ନ୍ୟାୟ କର୍ମ ବିଷୟରେ ତୁମ୍ଭେମାନେ ଜାଣି ପାରିବ।”

ପରମେଶ୍ୱର ଆମ୍ଭମାନଙ୍କଠାରୁ କ’ଣ ଗ୍ଭହାନ୍ତି

ଆମ୍ଭେମାନେ କ’ଣ ଆଣି ସଦାପ୍ରଭୁଙ୍କୁ ଭେଟିବା?
    କ’ଣ କରି ଆମ୍ଭେ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କୁ ପ୍ରଣାମ କରିବା?
କ’ଣ ହୋମବଳି ଓ ଏକ ବର୍ଷୀୟ ଗୋବତ୍ସ ନେଇ
    ଆମ୍ଭେ ସଦାପ୍ରଭୁଙ୍କୁ ଭେଟି ଦେବା?
ହଜାର ହଜାର ମେଷରେ କି ଅୟୁତ ଅୟୁତ ତୈଳର ନଦୀରେ
    ସଦାପ୍ରଭୁ କ’ଣ ଆନନ୍ଦିତ ହେବେ?
ମୋର ଅପରାଧ ପାଇଁ କ’ଣ ମୋର ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ୱରୂପ ଦେବି?
    ମୋର ଶରୀରର ଫଳ ସ୍ୱରୂପ ସନ୍ତାନକୁ ମୋର ପାପ ପାଇଁ କ’ଣ ପରିଶୋଧ କରିବି?

ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି।
    ଏହା ହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି।
ଅନ୍ୟମାନଙ୍କ ପ୍ରତି ଭଲହୁଅ,
    ବଦାନ୍ୟତା ଓ କରୁଣାକୁ ଭଲ ପାଅ,
    ପରମେଶ୍ୱରଙ୍କ ସହିତ ନମ୍ରତାର ସହିତ ବାସ କର।

ଗୀତସଂହିତା 15

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:18-31

ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ

18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ। 19 ଶାସ୍ତ୍ରରେ ଲେଖା ଅଛି:

“ମୁଁ ଜ୍ଞାନୀମାନଙ୍କର ଜ୍ଞାନକୁ ନଷ୍ଟ କରିଦେବି।
    ବୁଦ୍ଧିମାନ ଲୋକମାନଙ୍କର ବୁଦ୍ଧିକୁ ମୂଲ୍ୟହୀନ କରିବି।”(A)

20 ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି। 21 ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।

22 ଯିହୂଦୀୟମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହାନ୍ତି, ଓ ଗ୍ରୀକ୍‌ମାନେ ଜ୍ଞାନ ଗ୍ଭହାନ୍ତି। 23 କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ। 24 କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ଉଭୟ ଯିହୂଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ୱରଙ୍କ ଶକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ସ୍ୱରୂପ ଅଟନ୍ତି। 25 ଏପରିକି ପରମେଶ୍ୱରଙ୍କ ‘ମୂର୍ଖତା’ ମନୁଷ୍ୟର ଜ୍ଞାନଠାରୁ ଅଧିକ ଶକ୍ତିଯୁକ୍ତ। ସେହିପରି ପରମେଶ୍ୱରଙ୍କ ଦୁର୍ବଳତା ମନୁଷ୍ୟର ଶକ୍ତିଠାରୁ ଅଧିକ ଶକ୍ତିଯୁକ୍ତ।

26 ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କଲେ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରୁ ଅଳ୍ପ କେତେକ ଜାଗତିକ ଭାବରେ ଜ୍ଞାନୀ ଥିଲ, ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲ ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍ କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ। 27 କିନ୍ତୁ ପରମେଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ଦୁର୍ବଳ ବିଷୟ ଗୁଡ଼ିକୁ ମନୋନୀତ କଲେ। 28 ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ। 29 ପରମେଶ୍ୱରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗରେ ଗର୍ବ କରି ପାରିବ ନାହିଁ। 30 କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ। 31 ଶାସ୍ତ୍ରରେ ଏହିପରି ଲେଖାଅଛି: “ଯଦି କାହାର ଗର୍ବ କରିବାକୁ ଥାଏ। ତା'ହେଲେ ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।”(B)

ମାଥିଉ ଲିଖିତ ସୁସମାଗ୍ଭର 5:1-12

ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି

(ଲୂକ 6:20-23)

ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,

“ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ,
    କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ;
    କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ;
    କାରଣ ଏ ପୃଥିବୀ ସେହିମାନଙ୍କର ହେବ।
ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ,
    କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ;
    କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ;
    କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ,
    କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ;
    କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।

11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। 12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center