Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:105-112

ନୂନ୍

105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
    ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
    ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
    ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
    କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
    ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
    ତାହା ମୋର ପୁରସ୍କାର ହେବ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 23:1-9

ଲୋକମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣନ୍ତି

23 ଯିହୁଦା ଓ ଯିରୁଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଆସି ସାକ୍ଷାତ କରିବାକୁ ଯୋଶିୟ ରାଜା କହିଲେ। ଏହା ପରେ ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗମନ କଲେ। ତାଙ୍କ ସହିତ ଯିହୁଦାର ସମସ୍ତ ଲୋକ, ଯିରୁଶାଲମର ସମସ୍ତ ବାସିନ୍ଦା, ଯାଜକମାନେ, ଭବିଷ୍ୟ‌ଦ୍‌ବକ୍ତାମାନେ ଓ ସମସ୍ତ ବଡ଼ରୁ ଛୋଟ ଗମନ କଲେ। ତହୁଁ ସଦାପ୍ରଭୁଙ୍କ ମନ୍ଦିରରୁ ପ୍ରାପ୍ତ ବ୍ୟବସ୍ଥା ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କର କର୍ଣ୍ଣ ଗୋଚର ହେବା ପାଇଁ ଯୋଶିୟ ରାଜା ପାଠ କଲେ।

ଏଥିରେ ରାଜା ସ୍ତମ୍ଭ ସମ୍ମୁଖରେ ଠିଆ ହେଲେ ଓ ସଦାପ୍ରଭୁଙ୍କ ସହିତ ଗୋଟିଏ ଯୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିୟମମାନ ତାଙ୍କ ସମସ୍ତ ହୃଦୟ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରତ୍ୟେକ ଲୋକ ଏହା କରିବାକୁ ରାଜି ହେଲେ।

ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବା‌ଲ୍‌ର, ଆଶେରାମୂର୍ତ୍ତିର ଓ ସ୍ୱର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ୟା ଦେବତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହି‌ଲ୍‌‌‌କିୟ ମହାଯାଜକକୁ, ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟ ରାଜା ସେ ସମସ୍ତ ଦ୍ରବ୍ୟକୁ ଯିରୁଶାଲମର ବାହାରେ କିଦ୍ରୋଣ ଉପତ୍ୟକାରେ ଦ‌ଗ୍‌ଧ କଲେ ଓ ତାହାର ଭସ୍ମ ବୈଥେ‌ଲ୍‌କୁ ନେଇଗଲେ।

ରାଜାମାନେ ସମସ୍ତ ସାଧାରଣ ଲୋକଙ୍କୁ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ, ଯାଜକ ରୂପେ ସେବା କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରତ୍ୟେକ ନଗରର ଉଚ୍ଚସ୍ଥାନରେ ସବୁବେଳେ ଧୂପ ଜଳାଇଲେ ଓ ଯିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗରରେ ବା‌ଲ୍‌‌‌ର ସମ୍ମାନାର୍ଥେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡ଼ିକରେ ମଧ୍ୟ ସେହିପରି କଲେ।

ଆଉ ଯୋଶିୟ ସଦାପ୍ରଭୁଙ୍କ ମନ୍ଦିରରୁ ଆଶେରା ମୂର୍ତ୍ତି କାଢ଼ିନେଇ ଯିରୁଶାଲମର ବାହାରେ କିଦ୍ରୋଣ ନଦୀ ନିକଟକୁ ଆଣିଲେ। ସେଠାରେ ସେ ଏହାକୁ ଦ‌ଗ୍‌ଧ କଲେ ଓ ତାକୁ ପେଷି ଧୂଳି କଲେ। ସେହି ଚୂର୍ଣ୍ଣକୁ ନେଇ ସାମାନ୍ୟ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।

ତା'ପରେ ଯୋଶିୟ ରାଜା ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡ଼ିକ ବ୍ୟବହାର କଲେ ଓ ଆଶେରର ସମ୍ମାନ ପାଇଁ ଛୋଟ ଛାଉଣିର ପରଦା ନିର୍ମାଣ କଲେ ଏବଂ ସେଗୁଡ଼ିକୁ ମଧ୍ୟ ଭାଙ୍ଗି ଦିଆଗଲା।

8-9 ସେ ସମୟରେ ଯାଜକମାନେ ବଳିଦାନ ଯିରୁଶାଲମସ୍ଥିତ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆଣିଲେ ନାହିଁ। ସେମାନେ ଯିହୁଦା ନଗର ଚତୁର୍ଦ୍ଦିଗରେ ରହିଲେ ଓ ସେହି ନଗରଗୁଡ଼ିକର ଉଚ୍ଚସ୍ଥଳୀମାନଙ୍କରେ ଦ୍ୱୀପ ଓ ନୈବେଦ୍ୟ ଜଳାଇଲେ। ସେହି ଉଚ୍ଚସ୍ଥଳୀଗୁଡ଼ିକ ଗେବାଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଲାଗି ଥିଲା। ସେହି ଯାଜକମାନେ ସାଧାରଣ ଲୋକଙ୍କ ସହିତ ତାଡ଼ିଶୂନ୍ୟ ରୋଟୀ ଭୋଜନ କଲେ। ରାଜା ଯୋଶିୟ ସେହି ଉଚ୍ଚସ୍ଥଳୀଗୁଡ଼ିକୁ ଭାଙ୍ଗି ପକାଇଲେ ଓ ସେ ଯାଜକମାନଙ୍କୁ ଯିରୁଶାଲମକୁ ନେଇ ଆସିଲେ। ସେ ମଧ୍ୟ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ ନଗରାଧ୍ୟକ୍ଷ ଯିହୋଶୂୟର ନଗର ଦ୍ୱାରରେ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। (ଯିହୋଶୂୟ ନଗରର ଶାସକ ଥିଲେ।)

ରାଜାବଳୀର ଦ୍ୱିତୀୟ ପୁସ୍ତକ 23:21-25

ଯିହୁଦାର ଲୋକେ ନିସ୍ତାରପର୍ବ ପାଳନ କରନ୍ତି

21 ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।”

22 ପୂର୍ବଦିନଗୁଡ଼ିକରେ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳରେ ବିଗ୍ଭରକମାନେ ଇସ୍ରାଏଲରେ ଶାସନ କଲେ। ଏପରି ନିସ୍ତାରପର୍ବ ପାଳନ କେବେ ହୋଇ ନ ଥିଲା। 23 ସେମାନେ ଯୋଶିୟ ରାଜାଙ୍କର ରାଜତ୍ୱର ଆଷ୍ଟାଦଶ ବର୍ଷରେ ଏହି ନିସ୍ତାରପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୁଶାଲମରେ ପାଳନ କଲେ।

24 ଆହୁରି ଯୋଶିୟ ଯେପରି ସଦାପ୍ରଭୁଙ୍କ ମନ୍ଦିରରେ ହି‌ଲ୍‌‌‌କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ଯିରୁଶାଲମ ଦ୍ୱାରା ଆରାଧନା କରୁଥିବା ଯେଉଁ ସମସ୍ତ ମାଧ୍ୟମଗୁଡ଼ିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା ସେ ତାହା ସବୁ ଦୂର କଲେ।

25 ଯୋଶିୟ ସର୍ବାନ୍ତଃକରଣରେ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ସଦାପ୍ରଭୁଙ୍କ ପ୍ରତି ଅନୁରକ୍ତ ହେଲେ। ଯୋଶିୟଙ୍କ ପରି ମୋଶାଙ୍କ ବ୍ୟବସ୍ଥା ପାଳନ କରିବାର କୌଣସି ରାଜା ନ ଥିଲେ। ଏପରି କୌଣସି ରାଜା ତାଙ୍କ ପୂର୍ବରୁ ନ ଥିଲେ ଓ ତାଙ୍କ ପରେ କେହି ସେପରି ହେଲେ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:1-12

ମାଟିପାତ୍ର ଭିତରେ ଆଧ୍ୟାତ୍ମିକ ଧନ

ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ। ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ। ସୁସମାଗ୍ଭର ଯଦି ଆଚ୍ଛାଦିତ ହୋଇଥାଏ, ତେବେ ସେହି ଆଚ୍ଛାଦନ କେବଳ ସେହିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗରେ ରହିଛନ୍ତି। ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ। ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।

ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ। ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ। ଆମ୍ଭେ ନିର୍ଯ୍ୟାତିତ ହେଉଛୁ, କିନ୍ତୁ ପରମେଶ୍ୱର ଆମ୍ଭକୁ ଛାଡ଼ିଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହୋଇ ନାହୁଁ। 10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ। 11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା। 12 ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center