Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
ମୋର ସମସ୍ତ ପାପ କ୍ଷମା କର।
2 ମୋ’ ସବୁ ପାପ ଧୋଇ ଦିଅ,
ଏବଂ ପୁଣି ମୋତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି।
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
ଓ ପାପରୁ ହିଁ ମୋର ମା’ ମୋତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
ଏବଂ ତୁମ୍ଭର ପବିତ୍ରଆତ୍ମା ମୋ'ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15 ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
ତା'ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।
18 ହେ ପରମେଶ୍ୱର, ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।
ପରମେଶ୍ୱରଙ୍କ ଦୟା ଯୂନସକୁ କ୍ରୋଧାନ୍ୱିତ କଲା
4 ପରମେଶ୍ୱର ସେ ନଗରକୁ ରକ୍ଷା କରିବାରୁ ଯୂନସ ଖୁସୀ ହେଲେ ନାହିଁ। ସେ ଏଥିରେ କ୍ରୋଧାନ୍ୱିତ ହେଲେ। 2 ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି। 3 ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, “ହେ ସଦାପ୍ରଭୁ, ମୋତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମୋର ମରିବା ଭଲ ହେବ।”
4 ତା'ପରେ ସଦାପ୍ରଭୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ତୁମ୍ଭେ ରାଗି ଠିକ୍ କରୁଛ, କାରଣ ଆମ୍ଭେ ସେମାନଙ୍କୁ ବିନାଶ କଲୁ ନାହିଁ?”
5 ତଥାପି ଯୂନସ ଏ ବିଷୟରେ କ୍ରୋଧାନ୍ୱିତ ଥିଲେ। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲେ। ନଗର ନିକଟରେ ଥିବା ପୂର୍ବ ଦିଗରେ ଏକ ସ୍ଥାନକୁ ସେ ଗଲେ। ସେ ସେଠାରେ ଏକ କୁଟୀର ନିର୍ମାଣ କରି ତାରି ଛାୟାରେ ବସି ରହିଲେ। ନଗରରେ କ’ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲେ।
ଲାଉ ଗଛ ଓ କୀଟ
6 ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ଯୂନସ ଉପରେ ଶୀଘ୍ର ମାଡ଼ିଯାଇ ତା'ର ବସିବା ସ୍ଥାନରେ ଛାୟା ଓ ଶୀତଳତା ପ୍ରଦାନ କଲା। ତାହା ଯୂନସକୁ ଆରାମ ଦେବାରେ ଏତେ ସାହାଯ୍ୟ କଲା ଯେ, ଯୂନସ ଗଛ ପାଇଁ ଭାରି ଖୁସୀ ହେଲେ।
7 ପରଦିନ ପ୍ରଭାତରେ ପରମେଶ୍ୱର ସେହି ଗଛକୁ ଖାଇଦେବାକୁ ଗୋଟିଏ କୀଟ ପଠାଇଲେ। ସେହି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।
8 ସୂର୍ଯ୍ୟ ମୁଣ୍ତ ଉପରକୁ ଆସିଲା ପରେ ପରମେଶ୍ୱର ଉତ୍ତପ୍ତ ପୁନେଇ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ଯ୍ୟର ପ୍ରଖର କିରଣ ଯୂନସର ମୁଣ୍ତ ଉପରେ ପଡ଼ି ଯୂନସକୁ ଅତି ଦୁର୍ବଳ କରି ଦେଲା। ଯୂନସ ପରମେଶ୍ୱରଙ୍କୁ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ, ମୋର ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।”
9 କିନ୍ତୁ ପରମେଶ୍ୱର ଯୂନସକୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?”
ଯୂନସ ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ରାଗି ଠିକ୍ କରିଛି। ମୁଁ ମରିବାକୁ ଅଧିକ ରାଗୁଛି।”
10 ସଦାପ୍ରଭୁ କହିଲେ, “ତୁମ୍ଭେ ସେ ଗଛ ପାଇଁ କିଛି କରି ନ ଥିଲ। ସେ ଗଛ ବଢ଼ିବା ପାଇଁ ତୁମ୍ଭେ କିଛି କରି ନ ଥିଲ। ଏହା ରାତ୍ରିରେ ବଢ଼ିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ। 11 ତୁମ୍ଭେ ଯଦି ସାମାନ୍ୟ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହେବି ନାହିଁ କି? ସେହି ନଗରୀରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସେହି ନଗରରେ 120,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୁଲ୍ କରୁଛନ୍ତି ବୋଲି ଜାଣି ନ ଥିଲେ।” କ’ଣ ଆମ୍ଭେ ତାଙ୍କ ପ୍ରତି ଦୟା ନ କରିବା।
ଧନ୍ୟବାଦ ପ୍ରାର୍ଥନା
8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। 9 ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। 10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। 11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। 12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।
13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।
14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। 15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।
16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।”(A)
2010 by World Bible Translation Center