Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 128

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଗଣନା ପୁସ୍ତକ 21:4-9

ପିତ୍ତଳ ସର୍ପ

ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ। ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।”

ତେଣୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ବିଷଧର ସର୍ପ ପ୍ରେରଣ କଲେ। ସେହି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇସ୍ରାଏଲର ଅନେକ ଲୋକ ମଲେ। ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ୱାରା ଦଂଶିତ ହୋଇଥିବା ଲୋକମାନେ ମୃତ୍ୟୁବରଣ କରିବେ ନାହିଁ, ଯଦି ସେମାନେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।” ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ୟକ୍ତି ସେହି ଖମ୍ବସ୍ଥିତ ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।

ଏବ୍ରୀ 3:1-6

ମୋଶାଙ୍କଠାରୁ ଯୀଶୁ ମହାନ

ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ। କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା'ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center