Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
143 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର।
ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।
2 ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ।
କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।
3 ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି।
ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି।
ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ
ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।
4 ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ।
ମୁଁ ମୋର ସାହସ ହରାଉଛି।
5 ମୁଁ ପୁରୁଣା ଦିନସବୁ ମନେ ପକାଏ।
ମୁଁ ତୁମ୍ଭର କର୍ମ ବିଷୟରେ ଭାବେ।
ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।
6 ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି।
ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। ସେଲା
7 ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ।
ମୁଁ ମୋର ସାହସ ହରାଇଛି।
ମୋ'ଠାରୁ ଦୂରେଇ ଯାଅ ନାହିଁ।
ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।
8 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ।
ମୁଁ ତୁମ୍ଭ ଉପରେ ଭରସା କରେ।
ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ।
କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।
9 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି।
ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।
10 ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ।
ତୁମ୍ଭେ ମୋର ପରମେଶ୍ୱର,
ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।
11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ,
ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ।
କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ,
ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।
12 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା
ମୋର ଶତ୍ରୁମାନଙ୍କୁ ପରାସ୍ତ କର।
ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର।
କାରଣ ମୁଁ ତୁମ୍ଭର ସେବକ ଅଟେ।
ଯିରିମିୟଙ୍କର ଏକ କ୍ଷେତ୍ର କ୍ରୟ
32 ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖଦ୍ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 2 ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। 3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା। 4 ଆଉ ଯିହୁଦାର ରାଜା ସିଦିକିୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖା-ସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ। 5 ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
6 ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: 7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’
8 “ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’”
“ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।” 9 ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
36 “ତୁମ୍ଭେମାନେ କହୁଅଛ ଯେ, ‘ବାବିଲର ରାଜା ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପ୍ରୟୋଗ କରି ଏହି ରାଜ୍ୟ ଅଧିକାର କରିବ।’ ମାତ୍ର ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି। 37 ‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା। 38 ପୁଣି ଇସ୍ରାଏଲ ଓ ଯିହୁଦାର ଲୋକମାନେ ଆମ୍ଭର ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା। 39 ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା।
40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା। 41 ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା
(ମାର୍କ 12:18-27; ଲୂକ 20:27-40)
23 ସେହି ଦିନ କେତେକ ସାଦ୍ଦୂକୀ[a] ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 24 ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା'ର ଭାଇ ତା'ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ। 25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା'ର କୌଣସି ସନ୍ତାନ ନ ଥିଲେ। ତେଣୁ ତା'ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। 26 ଦ୍ୱିତୀୟ ଭାଇଟି ମଧ୍ୟ ମରିଗଲା। ଏହା ପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସେହି ଅବସ୍ଥା ହେଲା। 27 ଶେଷରେ ସେ ସ୍ତ୍ରୀଲୋକଟି ମଧ୍ୟ ମରିଗଲା। 28 କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁତ୍ଥାନ ପରେ ସେ କାହାର ସ୍ତ୍ରୀ ହେବ?”
29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ। 30 ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ। 31 ମୃତର ପୁନରୁତ୍ଥାନ ବିଷୟରେ ପରମେଶ୍ୱର ତୁମ୍ଭକୁ କ’ଣ କହିଛନ୍ତି, ତାହା କ’ଣ ତୁମ୍ଭେ ପଢ଼ି ନାହଁ? 32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ[b] ପରମେଶ୍ୱର ଅଟେ।’(A) ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।”
33 ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
2010 by World Bible Translation Center