Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 16

ଦାଉଦଙ୍କର ମିକ୍ତାମ୍ ଗୀତ

16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
ମୁଁ ସଦାପ୍ରଭୁଙ୍କୁ କହିଅଛି,
    “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
    ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
    ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
    ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
    ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
    ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
    ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
    ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
    ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
    ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।

ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
    ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
    ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
    ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
    ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।

ପରମଗୀତ 2:8-15

ସେ (ସ୍ତ୍ରୀ) ପୁନର୍ବାର କହିଲେ

ମୁଁ ମୋର ପ୍ରିୟତମାର ରବ ଶୁଣୁ ଅଛି।
    ଦେଖ ସେ ପର୍ବତଗଣ ଉପରେ ଲୁଚି ଉପପର୍ବତଗଣ ଉପରେ
    ଡେଇଁ ଡେଇଁ ଆସୁ ଅଛନ୍ତି।
ମୋହର ପ୍ରିୟତମ ଏକ ହରିଣ
    ଓ ଏକ ତରୁଣ ମୃଗତୁଲ୍ୟ।
ଦେଖ, ସେ ଝରକା ଦେଇ ଅନାଇ ଅଛନ୍ତି,
    ପ୍ରାଚୀର ପଛେ ଠିଆ ହୋଇଅଛନ୍ତି।
    ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
10 ମୋହର ପ୍ରିୟତମ କଥା କହିଲେ
    ଓ ସେ ମୋତେ କହିଲେ, “ହେ ମୋର ପ୍ରିୟେ, ମୋହର ସୁନ୍ଦରୀ, ଉଠ,
    ବାହାରି ଆସ।
11 କାରଣ ଦେଖ ଶୀତ ଗ୍ଭଲିଯାଇଛି
    ଓ ବୃଷ୍ଟି ବନ୍ଦ ହୋଇଯାଇଛି।
12 ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହୋଇଅଛି।
    ପକ୍ଷୀଗଣର ଗାୟନକାଳ ଉପସ୍ଥିତ ହୋଇଅଛି।
    ଆମ୍ଭମାନଙ୍କ ଦେଶରେ କପୋତର ଶବ୍ଦ ଶୁଣା ଯାଉଅଛି।
13 ପାଚିଲା ଡିମ୍ବିରି ଫଳସବୁ ଡିମ୍ବିରି ବୃକ୍ଷରେ ଅଙ୍କୁରିତ ହେଉଛି।
    ଦ୍ରାକ୍ଷାଲତା ପୁଷ୍ପିତ ହୋଇ ଏହାର ସୁବାସ ବିଚ୍ଛୁରିତ ହୋଇଯାଉଛି।
ହେ ମୋର ପ୍ରିୟେ, ମୋର ସୁନ୍ଦରୀ, ଉଠ
    ଏବଂ ବାହାରକୁ ଆସ।”

ସେ (ପୁ) କହିଲେ

14 ହେ ମୋର କପୋତି, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ।
    ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ।
ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ।
    କାରଣ ତୁମ୍ଭର ରବ ସୁମିଷ୍ଟ
    ଓ ତୁମ୍ଭର ରୂପ ମନୋହର।

ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ

15 ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା
    ଛୋଟ କୋକିଶିଆଳିଗୁଡ଼ିକୁ ଧର।
କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର
    ପୁଷ୍ପିତ ହୋଇଅଛି।

କଲସୀୟଙ୍କ ପ୍ରତି ପତ୍ର 4:2-5

ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ପରାମର୍ଶ

ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲାବେଳେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ। ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ। ମୁଁ ଯେପରି ଏହି ସତ୍ୟ ଲୋକମାନଙ୍କ ଆଗରେ ସ୍ପଷ୍ଟ କରି ପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।

ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center