Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 116:1-4

116 ମୁଁ ତାଙ୍କୁ ପ୍ରେମ କରେ,
    କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
    ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।
ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
    କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
    ମୁଁ ସଙ୍କଟ ଓ ଦୁଃଖରେ ଥିଲି।
ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
    ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”

ଗୀତସଂହିତା 116:12-19

12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
    ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
    ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
    ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
    ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
    ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
    ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
    ମନ୍ଦିରକୁ ଯିବି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 25:1-5

ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସା ଗାନ

25 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର।
    ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି।
କାରଣ ତୁମ୍ଭେ ସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସମ୍ପାଦନ କରିଅଛ।
    ତୁମ୍ଭେ ପୁରାତନ କାଳରେ ଯାହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ୟରେ ପରିଣତ ହୋଇଛି।
    ତୁମ୍ଭେ ଯାହାସବୁ କହିଥିଲ, ତାହା ହିଁ ଘଟିଅଛି।
ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ୱଂସ କରିଅଛ
    ଓ ବର୍ତ୍ତମାନ ତାକୁ ଏକ ପଥର ଗଦାରେ ପରିଣତ କରିଅଛ।
ବିଦେଶୀମାନଙ୍କ ରାଜପ୍ରାସାଦକୁ ବିନଷ୍ଟ କରିଛ
    ଓ ତାହା କେବେ ପୁନର୍ବାର ନିର୍ମିତ ହେବ ନାହିଁ।
ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ।
    ଆତଙ୍କିତ ନଗରର ଲୋକମାନେ ଭୟ କରିବେ।
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ,
    ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ।
    ବନ୍ୟା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ,
ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ୟ
    ଗୃହ ମଧ୍ୟରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରୟସ୍ଥଳ।
ଶୁଷ୍କ ଦେଶରେ ତାପକୁ ଦୂର କଲାପରି
    ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ।
ମେଘରେ ଛାୟା ଯେପରି ଗରମ ଦିନରେ ତାପକୁ କୋମଳ କରେ,
    ତୁମ୍ଭେ ପରମେଶ୍ୱର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।

ପିତରଙ୍କ ପ୍ରଥମ ପତ୍ର 1:8-12

ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ। ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।

10 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ମନୋଯୋଗ ସହକାରେ ଅଧ୍ୟୟନ କରି ଏହି ଉଦ୍ଧାର ବିଷୟରେ ଜାଣିବା ପାଇଁ ଚେଷ୍ଟା କଲେ। ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟରେ କହିଥିଲେ। 11 ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।

12 ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center