Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 116:1-4

116 ମୁଁ ତାଙ୍କୁ ପ୍ରେମ କରେ,
    କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
    ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।
ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
    କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
    ମୁଁ ସଙ୍କଟ ଓ ଦୁଃଖରେ ଥିଲି।
ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
    ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”

ଗୀତସଂହିତା 116:12-19

12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
    ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
    ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
    ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
    ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
    ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
    ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
    ମନ୍ଦିରକୁ ଯିବି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 26:1-4

ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସାଗୀତି

26 ସେଦିନ, ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ।

ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି।
    ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା।
    ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ଼ ନଗର ତିଆରି କରିବେ।
ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ
    ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପରେ ନିର୍ଭର କରନ୍ତି
    ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ।

ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ସଦାକାଳ ନିର୍ଭର ରଖ,
    କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।

ପିତରଙ୍କ ପ୍ରଥମ ପତ୍ର 1:13-16

ପବିତ୍ର ଜୀବନ ପାଇଁ ଡାକରା

13 ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍। 14 ଅତୀତରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛାରେ ସେହିସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ। 15 ନିଜେ କରୁଥିବା ସମସ୍ତ କାମରେ, ପରମେଶ୍ୱର ଯେପରି ପବିତ୍ର, ସେହିପରି ପବିତ୍ର ହୁଅ। ପରମେଶ୍ୱର ହିଁ ତୁମ୍ଭକୁ ଆହ୍ୱାନ କରିଥିଲେ। 16 ଶାସ୍ତ୍ରରେ ଲେଖାଅଛି: “ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।”(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center