Revised Common Lectionary (Semicontinuous)
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ
14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ।
36 “ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।
3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
ମୁଁ ସଙ୍କଟ ଓ ଦୁଃଖରେ ଥିଲି।
4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। 18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, 19 ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ। 20 ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ। 21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।
22 ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର। 23 ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହାକିଛି କେବେ ମରେ ନାହିଁ, ସେଠାରୁ ଆସିଛି। ଯାହା ସବୁଦିନ ପାଇଁ ରୁହେ, ପରମେଶ୍ୱରଙ୍କ ସେହି ଜୀବନ୍ତ ସୁସମାଗ୍ଭର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।
ଇମ୍ମାୟୁ ଗ୍ରାମକୁ ଯିବା ବାଟରେ
(ମାର୍କ 16:12-13)
13 ସେହି ଦିନ ଯୀଶୁଙ୍କର ଦୁଇଜଣ ଶିଷ୍ୟ ଇମ୍ମାୟୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ଯିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର। 14 ଯାହାସବୁ ଘଟିଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା ହେଉଥିଲେ। 15 ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ। 16 କିନ୍ତୁ ସେ ଦୁଇଜଣଙ୍କୁ ସେତେବେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା। 17 ତା'ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ?
ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା। 18 ତାହାଙ୍କ ଭିତରୁ କ୍ଲେୟପା ନାମକ ଲୋକଟି ଉତ୍ତର ଦେଲା, “ତୁମ୍ଭେ ଯିରୁଶାଲମଠାରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତେଦିନ ଭିତରେ ଘଟି ଯାଇଥିବା ଘଟଣାଗୁଡ଼ିକ ବିଷୟରେ କିଛି ଜାଣ ନାହଁ।”
19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?”
ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ। 20 କିନ୍ତୁ ଆମ୍ଭର ପ୍ରଧାନଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ପାଇଁ ଅର୍ପଣ କରିଦେଲେ ଏବଂ ତାହାଙ୍କୁ କ୍ରୁଶରେ ବଧ କଲେ। 21 ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା।
“ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି। 22 କିନ୍ତୁ ଆଜି ଆମ୍ଭ ଦଳର କେତେ ଜଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ଯ୍ୟ ଜନକ କଥା କହିଲେ। ଯେଉଁ କବରରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ସେମାନେ ଆଜି ଅତି ଭୋର୍ରୁ ଯାଇଥିଲେ। 23 କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ। 24 ତା'ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।”
25 ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟଦ୍ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର। 26 ଭବିଷ୍ୟଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।” 27 ତା'ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟଦ୍ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।
28 ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି। 29 କିନ୍ତୁ ସେମାନେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭ ସାଙ୍ଗରେ ରହିଯାଅ। ସନ୍ଧ୍ୟାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ।” ତେଣୁ ଯୀଶୁ ସେମାନଙ୍କ ସହିତ ରହିବା ପାଇଁ ଘର ଭିତରକୁ ଗଲେ।
30 ଯୀଶୁ ସେମାନଙ୍କ ସହିତ ଖାଇବା ପାଇଁ ବସି ପଡ଼ିଲେ। ସେ ହାତରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ୟବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ଦେଲେ। 31 ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ। 32 ତା'ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”
33 ତା'ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ। 34 ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”
35 ତା'ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ।
2010 by World Bible Translation Center