Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
ଅବ୍ରାମଙ୍କୁ ପରମେଶ୍ୱରଙ୍କର ଡାକରା
12 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।
2 ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି।
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି
ଓ ତୁମ୍ଭକୁ ମହାନ କରିବି
ଏବଂ ତୁମ୍ଭେ ଆଶୀର୍ବାଦର
ସଙ୍କେତ ହେବ।
3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି।
ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି।
ତୁମ୍ଭଠାରୁ ପୃଥିବୀର ସବୁବଂଶ
ଆଶୀର୍ବାଦ ପାଇବେ।”
ସ୍ତିଫାନଙ୍କ ବିରୁଦ୍ଧରେ ଯିହୂଦୀମାନେ
8 ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ। 9 କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେକ୍ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ। 10 କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।
11 ତା'ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।” 12 ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।
13 ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ। 14 ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।” 15 ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।
2010 by World Bible Translation Center