Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31:1-5

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।

31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
    ମୋତେ ତୁମ୍ଭେ ନିରାଶ କର ନାହିଁ।
    ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
    ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
    ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
    ମୋର ନିରାପତ୍ତା ବଳୟ ହୁଅ।
    ମୋତେ ରକ୍ଷା କର।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
    ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
    ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
    ତୁମ୍ଭେ ମୋର ନିରାପଦ ସ୍ଥଳ।
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
    ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
    ମୋତେ ରକ୍ଷା କର।

ଗୀତସଂହିତା 31:15-16

15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।

ଯାତ୍ରାପୁସ୍ତକ 3:1-12

ଜ୍ୱଳନ୍ତା ବୁଦା

ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା। ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ।

ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା। ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅ‌ଦ୍‌ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ?

ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!”

ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”

ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇ‌ସ୍‌ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।”

ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।

ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ। ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ। ଆମ୍ଭେ ଇସ୍ରାଏଲ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରୀୟମାନେ ସେମାନଙ୍କୁ କିପରି ଦୌରାତ୍ମ୍ୟ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି। 10 ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ରେରଣ କରିବା। ଯାଅ! ଆମ୍ଭର ଲୋକମାନଙ୍କୁ ଆଗେଇ ନିଅ, ଇସ୍ରାଏଲୀୟମାନଙ୍କୁ ମିଶର ମଧ୍ୟରୁ ଆଗେଇ ନେଇଯାଅ!”

11 କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?”

12 ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:1-16

ସ୍ତିଫାନଙ୍କ ଭାଷଣ

ମହାଯାଜକ ସ୍ତିଫାନଙ୍କୁ ପଗ୍ଭରିଲେ, “ଏସବୁ କଥା କ’ଣ ସତ୍ୟ?” ସେ ଉତ୍ତର ଦେଲେ, “ମୋର ଯିହୂଦୀ ପିତାମାନେ ଓ ଭାଇମାନେ, ମୋ’ କଥା ଶୁଣ। ଆମ୍ଭର ପିତା ଅବ୍ରହାମ ହାରୋଣ ନଗରରେ ବାସ କରିବା ପୂର୍ବରୁ ଯେତେବେଳେ ମେସପତାମିଆରେ ଥିଲେ, ସେତେବେଳେ ଗୌରବମୟ ପରମେଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ, ‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’(A)

“ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ୟାଗ କରି ହାରଣରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ୟୁ ପରେ ପରମେଶ୍ୱର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭେମାନେ ବର୍ତ୍ତମାନ ରହୁଛ। ପରମେଶ୍ୱର ତାହାଙ୍କୁ କିଛି ଦେଲ ନାହିଁ। ଏପରିକି ଗୋଟିଏ ଫୁଟ ଜାଗା ମଧ୍ୟ ନୁହେଁ। ସେତେବେଳେ ତାହାଙ୍କର କିଛି ପିଲାପିଲି ନ ଥିଲା। ପରମେଶ୍ୱର ତାହାଙ୍କୁ ଓ ତାହାଙ୍କର ଭବିଷ୍ୟତ୍ ଉତ୍ତରାଧିକାରୀଙ୍କୁ ଏହି ଭୂମି ଏକ ଅଧିକାର ରୂପେ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।

“ପରମେଶ୍ୱର ତାହାଙ୍କୁ ଏହିକଥା କହିଥିଲେ, ‘ତୁମ୍ଭର ସନ୍ତାନମାନେ ବିଦେଶରେ ଦାସ କର୍ମ କରିବେ। ସେମାନେ ତାହାଙ୍କୁ ଗ୍ଭରିଶହ ବର୍ଷ ପର୍ଯ୍ୟନ୍ତ ଖରାପ ବ୍ୟବହାର କରିବେ।’(B) ପରମେଶ୍ୱର କହିଲେ, ‘ଯେଉଁମାନେ ସେମାନଙ୍କୁ ଦାସ କରି ରଖିଛନ୍ତି, ମୁଁ ସେମାନଙ୍କୁ ଦଣ୍ଡ ଦେବି। ତା'ପରେ ସେମାନେ ସେଠାରୁ ଆସି ଏହି ସ୍ଥାନରେ ମୋତେ ପୂଜା କରିବେ।’(C)

“ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇ‌ସ୍‌ହାକଙ୍କର ପିତା ହେଲେ। ଇ‌ସ୍‌ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇ‌ସ୍‌ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

“ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। 10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରିଦେଲେ। 11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।

12 “ମିଶରରେ ଶସ୍ୟଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସେଠାକୁ ପଠାଇଲେ। 13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। 14 ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ। 15 ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସେଠାରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ୟୁ ବରଣ କଲେ। 16 ସେମାନଙ୍କୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରହାମ ହମୋରର ପୁତ୍ରମାନଙ୍କ ପାଖରୁ କିଛି ରୂପାଟଙ୍କା ଦେଇ କିଣିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center