Revised Common Lectionary (Semicontinuous)
8 ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
9 ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15 ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା
16 ହେ ସମସ୍ତ ଲୋକ, ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।
5 ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି। 6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। 7 ତେଣୁ ସଦାପ୍ରଭୁ କହିଲେ, “ମୁଁ ସମସ୍ତ ମନୁଷ୍ୟକୁ ଧ୍ୱଂସ କରି ଦେବି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ୟ, ପଶୁ ଏବଂ ପ୍ରତ୍ୟେକ ଖେଚର ପ୍ରାଣୀମାନଙ୍କୁ ଧ୍ୱଂସ କରି ଦେବି। ଏବଂ ଆକାଶର ସମସ୍ତ ପକ୍ଷୀକୂଳକୁ ମଧ୍ୟ ଧ୍ୱଂସ କରି ଦେବି। କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।”
8 କିନ୍ତୁ ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହର ପାତ୍ର ଥିଲେ।
ନୋହ ଏବଂ ପ୍ରଳୟଙ୍କାରି ବନ୍ୟା
9 ଏହା ନୋହଙ୍କର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ। 10 ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।
11-12 ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।
13 ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। 14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। 16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।
17 “ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। 18 ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ। 19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ। 20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। 21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22 ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।
ପାଉଲଙ୍କର ରୋମକୁ ଜଳଯାତ୍ରା
27 ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ। 2 ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।
3 ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ। 4 ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ। 5 ତା'ପରେ ଆମ୍ଭେ କିଲିକିୟା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀରେ ପହଞ୍ଚିଲୁ। 6 ସେଠାରେ ଯୂଲିଅ ଆଲେକ୍ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ।
7 ଆମ୍ଭେମାନେ କିଛି ଦିନ ଧୀରେ ଧୀରେ ଯାତ୍ରା କଲୁ। ଶେଷରେ ବହୁତ ଅସୁବିଧାର ସମ୍ମୁଖୀନ ହୋଇ କ୍ନିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋର୍ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋନୀର ନିକଟ କ୍ରୀତୀ ଦ୍ୱୀପ ଉପକୂଳ ଦେଇ ଯାତ୍ରା କଲୁ। 8 ଆମ୍ଭେ କୂଳେ କୂଳେ ବହୁତ କଷ୍ଟରେ ଯାତ୍ରା କଲୁ। ତା'ପରେ ଆମ୍ଭେ ଲାସାୟା ନଗର ପାଖ ‘ସୁନ୍ଦର ବନ୍ଦର’ ନାମକ ସ୍ଥାନରେ ପହଞ୍ଚିଲୁ।
9 ଏହିପରି ବହୁତ ସମୟ ବିତିଗଲା। ସେତେବେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହୋଇ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହୋଇ ଆସୁଥିଲା। ତେଣୁ ପାଉଲ ସେମାନଙ୍କୁ ସାବଧାନ କରେଇ କହିଲେ, “ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହେବ। 10 ଏହା ଦ୍ୱାରା ଯେ କେବଳ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ୟ ଗ୍ଭଲିଯାଇପାରେ।” 11 କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ। 12 ସେହି ବନ୍ଦରଟି ଶୀତ କଟେଇବା ପାଇଁ ଅନୁପଯୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୈନୀକ୍ସ୍ରେ ପହଞ୍ଚିବା ଆଶାରେ ସେଠାରେ ଆମ୍ଭ ସହିତ ଯିବା ପାଇଁ ଓ ଶୀତଋତୁ କଟେଇବା ପାଇଁ ପରାମର୍ଶ ଦେଲେ। ଫୈନୀକ୍ସ୍ କ୍ରୀତି ଉପଦ୍ୱୀପର ଗୋଟିଏ ନଗର। ଫୈନୀକ୍ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।
2010 by World Bible Translation Center