Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଲେବୀୟ ପୁସ୍ତକ 9:1-11

ପରମେଶ୍ୱର ଯାଜକମାନଙ୍କୁ ଗ୍ରହଣ କରନ୍ତି

ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡକାଇଲେ। ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମେଷଛୁଆ ଓ ହୋମବଳି ନିମନ୍ତେ ଏକ ନିଖୁଣ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର। ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ। ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମେଷ ନିଅ। ସେମାନେ ସେହି ଜିନିଷଗୁଡ଼ିକ ସଦାପ୍ରଭୁଙ୍କ ସମ୍ମୁଖରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସେମାନଙ୍କୁ ଦର୍ଶନ ଦେଉଛନ୍ତି।’”

ତେଣୁ ସମସ୍ତ ଲୋକ ସମାଗମ-ତମ୍ବୁ ନିକଟକୁ ଆସିଲେ ଓ ମୋଶାଙ୍କ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହେଲେ। ତା'ପରେ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।”

ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”

ତହୁଁ ହାରୋଣ ଯଜ୍ଞବେଦି ନିକଟକୁ ଯାଇ ନିଜ ପାଇଁ ପାପାର୍ଥକ ବଳିର ଗୋବତ୍ସ ବଧ କଲେ। ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଅଙ୍ଗୁଳି ବୁଡ଼ାଇ ଯଜ୍ଞବେଦିର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ଯଜ୍ଞବେଦି ମୂଳରେ ଢାଳିଲେ। 10 ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ମେଦ, ଗୁରୁଦା ଓ ଯକୃତର ଆଚ୍ଛାଦିତ ହୋଇଥିବା ପାପାର୍ଥକ ବଳିସବୁକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ। 11 ତା'ପରେ ସେ ମାଂସ ଓ ଚର୍ମ ନେଇ ଛାଉଣିର ବାହାରେ ସେଗୁଡ଼ିକୁ ଦ‌‌‌‌ଗ୍‌‌‌‌ଧ କଲେ।

ଲେବୀୟ ପୁସ୍ତକ 9:22-24

22 ତା'ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ଯଜ୍ଞବେଦି ତଳକୁ ଓହ୍ଲାଇ ଆସିଲେ।

23 ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେତେବେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିମା ପ୍ରକଟିତ ହେଲା। 24 ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ଯଜ୍ଞବେଦି ଉପରିସ୍ଥ ହୋମବଳି ଓ ମେଦକୁ ଭସ୍ମ କଲା। ସେତେବେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ୱନି କରି ଭୂମିରେ ମଥାନତ କରି ପଡ଼ିଲେ।

ପିତରଙ୍କ ପ୍ରଥମ ପତ୍ର 4:1-6

ପରିବର୍ତ୍ତିତ ଜୀବନ

ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି। ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ। ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

ସେହି ଅବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସେମାନଙ୍କ ଭଳି ହିଂସ୍ରକ ଓ ଧ୍ୱଂସକାରୀ କାମମାନ କରୁ ନାହଁ। ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ। ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସେମାନଙ୍କୁ ସୁସମାଗ୍ଭର କୁହାଯାଇଥିଲା, କାରଣ ସବୁ ଲୋକଙ୍କର ବିଗ୍ଭର ହେବା ଭଳି ସେମାନଙ୍କର ମଧ୍ୟ ବିଗ୍ଭର ହେବ। ସେମାନେ ଜୀବିତ ଥିଲାବେଳେ ଯାହାକିଛି କରିଥିଲେ, ସେହି ଅନୁସାରେ ବିଗ୍ଭରିତ ହେବେ। କିନ୍ତୁ ସେମାନେ ଯେପରି ପରମେଶ୍ୱରଙ୍କ ଭଳି ଆତ୍ମାରେ ଜୀବିତ ହେବେ, ଏଥିପାଇଁ ସେମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭରିତ ହୋଇଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center