Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 1:1-2:4

ପୃଥିବୀର ଆରମ୍ଭ

ଆରମ୍ଭରେ ପରମେଶ୍ୱର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ। ପୃଥିବୀ ସେତେବେଳେ ସମ୍ପୂର୍ଣ୍ଣଭାବେ ଶୂନ୍ୟ ଓ କିଛି ନ ଥିଲା। ଜଳଭାଗ ଉପରେ ଅନ୍ଧକାର ଘୋଡ଼େଇ ରଖିଥିଲା ଏବଂ ପରମେଶ୍ୱରଙ୍କର ଆତ୍ମା ଜଳଭାଗ ଉପରେ ବ୍ୟାପ୍ତ ଥିଲେ।

ପ୍ରଥମ ଦିନ–ଆଲୋକ

ଏହା ପରେ ପରମେଶ୍ୱର କହିଲେ, “ଆଲୋକିତ ହେଉ!” ତହିଁରେ ଆଲୋକିତ ହେଲା। ପରମେଶ୍ୱର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହା ପରେ ପରମେଶ୍ୱର ଆଲୋକକୁ ଅନ୍ଧକାରରୁ ଅଲଗା କଲେ। ପରମେଶ୍ୱର ସେହି ଆଲୋକର ନାମ ଦେଲେ “ଦିନ” ଏବଂ ଅନ୍ଧକାରର ନାମ ଦେଲେ “ରାତି।”

ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହେଲା। ଏହା ପ୍ରଥମ ଦିନ ଥିଲା।

ଦ୍ୱିତୀୟ ଦିନ–ଆକାଶ

ଏହା ପରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ବୃହତ ଗମ୍ବୁଜ ଜାତ ହୋଇ ଜଳକୁ ଦୁଇଭାଗ କରୁ!” ଏହିପରି ପରମେଶ୍ୱର ତୋରଣ ନିର୍ମାଣ କଲେ ଏବଂ ତୋରଣ ଉପର ଜଳଠାରୁ ତୋରଣ ତଳ ଜଳକୁ ଅଲଗା କଲେ। ତହିଁରେ ସେହିପରି ହେଲା। ପରମେଶ୍ୱର ସେହି ତୋରଣର ନାମ ଦେଲେ “ଆକାଶ” ତା'ପରେ ସେଠାରେ ପ୍ରଭାତ ଏବଂ ସୂର୍ଯ୍ୟାସ୍ତ ହେଲା। ଏବଂ ଏହା ଦ୍ୱିତୀୟ ଦିନ ଥିଲା।

ତୃତୀୟ ଦିନ–ସ୍ଥଳ ଭାଗ ଓ ବୃକ୍ଷଲତା

ଏହା ପରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ, ଯଦ୍ଦ୍ୱାରା ଭୂମି ଶୁଖିଲା ଦେଖାଯିବ” ଏବଂ ଏହିପରି ହେଲା। 10 ପରମେଶ୍ୱର ଶୁଖିଲା ଭୂମିର ନାମ “ପୃଥିବୀ” ଦେଲେ ଏବଂ ଜଳସମୂହ ଭାଗର ନାମ ଦେଲେ, “ସମୁଦ୍ର” ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

11 ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ, ବୀଜ ସମ୍ବଳିତ ନିଜ ନିଜ ଜାତି ଅନୁଯାୟୀ ଫଳ ଉତ୍ପନ୍ନ କରୁ,” ଏହିପରି ହେଲା। 12 ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ବୀଜୋଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସବୀଜ ଫଳଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

13 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।

ଚତୁର୍ଥ ଦିନ–ସୂର୍ଯ୍ୟ, ଚନ୍ଦ୍ର ଓ ତାରା ସମୂହ

14 ଏହା ପରେ ପରମେଶ୍ୱର କହିଲେ, “ଆକାଶର ତୋରଣରେ ଜ୍ୟୋତିର୍ଗଣ ଉତ୍ପନ୍ନ ହୁଅନ୍ତୁ। ସେହି ଜ୍ୟୋତିର୍ଗଣ ରାତ୍ରିରୁ ଦିନକୁ ପୃଥକ କରିବେ। ସେହି ଜ୍ୟୋତିର୍ଗଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦେଖାଇବା ପାଇଁ ଚିହ୍ନ ରୂପେ ବ୍ୟବହୃତ ହେବ। 15 ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା।

16 ତେଣୁ ପରମେଶ୍ୱର ଦୁଇଟି ମହାଜ୍ୟୋତି ସୃଷ୍ଟି କଲେ। ପରମେଶ୍ୱର ଦିନରେ କର୍ତ୍ତୃତ୍ୱ କରିବା ପାଇଁ ବଡ଼ ଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ସାନ ଜ୍ୟୋତି ନିର୍ମାଣ କଲେ। ପରମେଶ୍ୱର ତାରାଗଣକୁ ମଧ୍ୟ ସୃଷ୍ଟି କଲେ। 17 ପରମେଶ୍ୱର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣରେ ତାରାଗଣକୁ ମଧ୍ୟ ସୃଷ୍ଟି କଲେ। 18 ପରମେଶ୍ୱର ଦୀପ୍ତିଗଣକୁ ଆକାଶ ମଣ୍ଡଳରେ ଦିନ ଓ ରାତ୍ରିକୁ କର୍ତ୍ତୃତ୍ୱ କରିବା ପାଇଁ ସ୍ଥାପନ କଲେ। ଏହି ଜ୍ୟୋତିର୍ଗଣ ଅନ୍ଧକାରରୁ ଆଲୋକକୁ ପୃଥକ କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

19 ଏହା ପରେ ସନ୍ଧ୍ୟା ଏବଂ ସକାଳ ହେଲା। ଏହା ଚତୁର୍ଥ ଦିବସ ଥିଲା।

ପଞ୍ଚମ ଦିନ–ମାଛ ଏବଂ ପକ୍ଷୀଗଣ

20 ଏହା ପରେ ପରମେଶ୍ୱର କହିଲେ, “ଜଳ ଜୀବିତ ପ୍ରାଣୀରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତୋରଣ ତଳେ ଉଡ଼ନ୍ତୁ।” 21 ତେଣୁ ପରମେଶ୍ୱର ନିଜ ନିଜ ଜାତି ପ୍ରକାରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ, ଯେଉଁମାନେ ସମୁଦ୍ରରେ ରହନ୍ତି। ପରମେଶ୍ୱର ଆକାଶରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

22 ପରମେଶ୍ୱର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, ବହୁବଂଶ ହୋଇ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହୁଅନ୍ତୁ।

23 ସନ୍ଧ୍ୟା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।

ଷଷ୍ଠ ଦିନ–ସ୍ଥଳଚର ପ୍ରାଣୀ ଓ ମନୁଷ୍ୟ

24 ଏହା ପରେ ପରମେଶ୍ୱର କହିଲେ, “ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ରେଣୀ ଅନୁସାରେ ବନ୍ୟଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ।” ଏହା ପରେ ସେହିପରି ହେଲା।

25 ଏହିପରି ପରମେଶ୍ୱର ବିଭିନ୍ନ ପ୍ରକାର ଜୀବିତ ପ୍ରାଣୀ ସୃଷ୍ଟି କଲେ। ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀଙ୍କୁ ସୃଷ୍ଟି କଲେ, ବିଭିନ୍ନ ପ୍ରକାରର ବୃହତ୍ ପ୍ରାଣୀ ଏବଂ ପ୍ରତ୍ୟେକ ସରୀସୃପ ପ୍ରାଣୀ ଆପଣା ଜାତି ଅନୁସାରେ ପୃଥିବୀ ଉପରେ ଗୁରୁଣ୍ଡୁ ଥିଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

26 ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ ଏବଂ ପ୍ରତ୍ୟେକ ଭୂଚର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।”

27 ତେଣୁ ପରମେଶ୍ୱର, ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ।
    ପରମେଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।

28 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ ଏବଂ କହିଲେ, “ବହୁତ ସନ୍ତାନ-ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀରେ ଶାସନ କରି, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳରେ ଥିବା ମତ୍ସ୍ୟଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚର ପ୍ରାଣୀଗଣ ଉପରେ ଶାସନ କର।”

29 ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ। 30 ସମସ୍ତ ଗ୍ଭରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦେଲି, ଆକାଶରେ ଉଡ଼ୁଥିବା ପ୍ରତ୍ୟେକ ପକ୍ଷୀ, ପ୍ରତ୍ୟେକ ଭୂଚର ପ୍ରାଣୀ ଏବଂ ପ୍ରତ୍ୟେକ ଜୀବନ୍ତ ଏବଂ ନିଶ୍ୱାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦେଲି।” ଏବଂ ଏହିପରି ହେଲା।

31 ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

ଏହା ପରେ ସନ୍ଧ୍ୟା ଓ ତା'ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।

ସପ୍ତମ ଦିନ–ବିଶ୍ରାମ

ଏହିପରି ଭାବରେ, ପରମେଶ୍ୱର ଆକାଶମଣ୍ଡଳରେ ଓ ପୃଥିବୀ ମଧ୍ୟରେ ଥିବା ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ। ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ। ତା'ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ।

ମନୁଷ୍ୟର ସୃଷ୍ଟି

ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ।

ଗୀତସଂହିତା 8

ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
    ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
    ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
    ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
“କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
    କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”

କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
    ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
    ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
ଆକାଶର ଉଡ଼ୁଥିବା ପକ୍ଷୀମାନେ
    ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:11-13

11 ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।

12 ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ୱରଙ୍କ ପ୍ରେମ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

ମାଥିଉ ଲିଖିତ ସୁସମାଗ୍ଭର 28:16-20

ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ସହିତ କଥାବାର୍ତ୍ତା ହେଲେ

(ମାର୍କ 16:14-18; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8)

16 ଏଗାର ଜଣ ଶିଷ୍ୟ ଗାଲିଲୀକୁ ଗଲେ। ଯୀଶୁ ସେମାନଙ୍କୁ ଯେଉଁ ପାହାଡ଼ ଉପରକୁ ଯିବାକୁ କହିଥିଲେ, ସେମାନେ ସେଠାକୁ ଗଲେ। 17 ପାହାଡ଼ ଉପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେମାନେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ବିଶ୍ୱାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତରେ ଯୀଶୁ। 18 ତେଣୁ ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଛି। 19 ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ। 20 ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center