Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 33:1-12

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।

ଆଦିପୁସ୍ତକ 14:17-24

17 ତା'ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।

ମ‌ଲ୍‌କୀଷେଦକ

18 ଶାଲମର ରାଜା ମ‌ଲ୍‌କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମ‌ଲ୍‌କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ,

“ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ
    ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ
    ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।”

ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ।

21 ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”

22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’ 24 କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 28:1-11

ମେଲିତୀ ଦ୍ୱୀପରେ ପାଉଲ

28 ଆମ୍ଭେ ନିରାପଦରେ କୂଳରେ ପହଞ୍ଚିବା ପରେ ଜାଣିଲୁ ଯେ, ସେହି ଉପଦ୍ୱୀପର ନାମ ମେଲିତୀ ସେତେବେଳେ ବର୍ଷା ହେଉଥିଲା। ବହୁତ ଥଣ୍ଡା ଲାଗୁଥିଲା, ଦ୍ୱୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦେଖାଇଲେ। ସେମାନେ ଆମ୍ଭପାଇଁ ନିଆଁ ଜଳେଇ ଆମ୍ଭକୁ ସ୍ୱାଗତ କଲେ। ପାଉଲ ବିଡ଼ାଏ କାଠ ଏକତ୍ର କରି ନିଆଁରେ ପକାଇଲେ। ସେତେବେଳେ ନିଆଁର ଉତ୍ତାପ ହେତୁ ଗୋଟିଏ ବିଷାକ୍ତ ସାପ ବାହାରି ପାଉଲଙ୍କ ହାତକୁ କାମୁଡ଼ି ଦେଲା। ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।”

ମାତ୍ର ପାଉଲ ହାତ ଛିଞ୍ଚାଡ଼ି ସାପଟିକୁ ନିଆଁରେ ଫିଙ୍ଗି ଦେଲେ। ଏଥିରେ ତା'ର କିଛି କ୍ଷତି ହେଲା ନାହିଁ। ଲୋକେ ଆଶା କରିଥିଲେ ସେ ଫୁଲି ଯିବ ବା ତଳେ ପଡ଼ି ମରିଯିବ। କିନ୍ତୁ ବହୁତ ସମୟ ପରେ ମଧ୍ୟ ତାହାଙ୍କର କିଛି କ୍ଷତି ହେବାର ସେମାନେ ଦେଖିଲେ ନାହିଁ। ତେଣୁ ପାଉଲଙ୍କ ପ୍ରତି ସେମାନଙ୍କର ଧାରଣା ବଦଳିଗଲା। ତାହାଙ୍କୁ ପରମେଶ୍ୱର ବୋଲି ଭାବିଲେ।

ସେହି ଅଞ୍ଚଳ ନିକଟରେ ଦ୍ୱୀପର ଜଣେ ମୁଖ୍ୟ ଲୋକଙ୍କର କେତେ ଖଣ୍ଡି ଜମି ଥିଲା। ତାହାଙ୍କର ନାମ ପୁବ୍ଳିୟ। ସେ ତାହାଙ୍କ ଘରକୁ ନେଇ ଆମ୍ଭକୁ ତିନି ଦିନ ପର୍ଯ୍ୟନ୍ତ ରଖି ଅତିଥି ସତ୍କାର କଲେ। ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ। ଏପରି ହେବାର ଦେଖି ଦ୍ୱୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ୟ ଆସି ସୁସ୍ଥ ହେଲେ।

10-11 ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ।

ପାଉଲଙ୍କ ରୋମକୁ ଗମନ

ଆମ୍ଭେ ତିନି ମାସ ପରେ ଆଲେ‌କ୍‌ଜାଣ୍ଡ୍ରିୟା ନଗରୀରେ ଗୋଟିଏ ଜାହାଜରେ ଚଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମେଲିତୀ ଦ୍ୱୀପରେ ଶୀତକାଳ ବିତାଇଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center