Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 33:1-12

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।

ଆଦିପୁସ୍ତକ 15:1-20

ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି

15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି,

“ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ।
    ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”

କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”

ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”

ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”

କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”

10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।

12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। 13 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ। 14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।

15 “ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତିରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହେବ ଏବଂ ତୁମ୍ଭେ ବହୁତ ବୃଦ୍ଧ ବୟସରେ କବର ପ୍ରାପ୍ତ ହେବ। 16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।”

17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।

18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି। 19 କେନୀୟମାନଙ୍କର, କନଜୀୟମାନଙ୍କର ଓ କ‌ଦ୍‌ମୋନୀୟମାନଙ୍କର ଭୂମି ଏହିସବୁ। 20 ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର

ମାଥିଉ ଲିଖିତ ସୁସମାଗ୍ଭର 9:27-34

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି

27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର,[a] ଆମ୍ଭମାନଙ୍କୁ ଦୟା କର।”

28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।

29 ତା'ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।

32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା’ ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”

34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center