Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 116:1-2

116 ମୁଁ ତାଙ୍କୁ ପ୍ରେମ କରେ,
    କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
    ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।

ଗୀତସଂହିତା 116:12-19

12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
    ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
    ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
    ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
    ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
    ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
    ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
    ମନ୍ଦିରକୁ ଯିବି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଆଦିପୁସ୍ତକ 21:1-7

ଶେଷରେ ସାରା ଏକ ଶିଶୁକୁ ଜନ୍ମ ଦେଲେ

21 ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ। ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇ‌ସ୍‌ହାକ, ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।

ଇ‌ସ୍‌ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା। ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”

ଏବ୍ରୀ 3:1-6

ମୋଶାଙ୍କଠାରୁ ଯୀଶୁ ମହାନ

ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ। କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା'ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center