Revised Common Lectionary (Semicontinuous)
ତିନି ପରିଦର୍ଶକ
18 ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ। 2 ଅବ୍ରହାମ ଦେଖିଲେ ତିନି ଜଣ ଲୋକ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ। ଅବ୍ରହାମ ଏହା ଦେଖିବାପରେ ସେମାନଙ୍କ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ। 3 ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ। 4 ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। 5 ମୁଁ ଆପଣମାନଙ୍କୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦେବି। ତା'ପରେ ଆପଣମାନେ ଯାତ୍ରା କରିବେ।”
ସେହି ତିନି ଜଣ କହିଲେ, “ତାହା ଉତ୍ତମ, ଯାହା କହିଲ ତାହା କର।”
6 ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।” 7 ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। 8 ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁଗ୍ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।
9 ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?”
ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”
10 ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।”
ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ। 11 ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା। 12 ତେଣୁ ସାରା ଶୁଣିଥିବା କଥାକୁ ବିଶ୍ୱାସ କରି ପାରିଲେ ନାହିଁ। ସେ ନିଜକୁ ନିଜେ ହସିଲେ ଏବଂ କହିଲେ, “ମୁଁ ଏବଂ ମୋର ସ୍ୱାମୀ ବାର୍ଦ୍ଧକ୍ୟରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହୋଇଯାଇଛୁ।”
13 ଏହା ପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହୋଇଯାଇଛି। 14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”
15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି।
କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!”
ଶେଷରେ ସାରା ଏକ ଶିଶୁକୁ ଜନ୍ମ ଦେଲେ
21 ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ। 2 ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। 3 ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇସ୍ହାକ, 4 ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।
5 ଇସ୍ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା। 6 ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। 7 କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”
116 ମୁଁ ତାଙ୍କୁ ପ୍ରେମ କରେ,
କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ[a] ଉତ୍ତର ଦେଲେ।
12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।
15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
ମନ୍ଦିରକୁ ଯିବି।
ସଦାପ୍ରଭୁଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କ ପ୍ରତି ଧାର୍ମିକ
5 ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। 2 ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ। 3 ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ। 4 ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ। 5 ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ। 7 ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ୟ, ଖୁବ୍ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ୟୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହୋଇ ଥାଏ, ତେବେ ତା’ ନିମନ୍ତେ କିଏ ଜଣେ ମୃତ୍ୟୁ ବରଣ କରିବା ପାଇଁ ସାହସ କରିବ। 8 କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।
ଲୋକମାନଙ୍କ ପାଇଁ ଯୀଶୁ ଦୁଃଖ କରନ୍ତି
35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ। 36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା। 37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। 38 ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
ଯୀଶୁ ପ୍ରେରିତ ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ
(ମାର୍କ 3:13-19; 6:7-13; ଲୂକ 6:12-16; 9:1-6)
10 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। 2 ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି:
ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ),
ତାହାଙ୍କ ଭାଇ ଆନ୍ଦ୍ରିୟ,
ଜେବଦୀଙ୍କ ପୁଅ ଯାକୁବ
ଓ ତାହାଙ୍କ ଭାଇ ଯୋହନ।
3 ଫିଲିପ୍ପ ଓ
ବାର୍ଥଲମି,
ଥୋମା ଓ
କରଆଦାୟକାରୀ ମାଥିଉ,
ଆଲଫିଙ୍କ ପୁତ୍ର ଯାକୁବ ଓ
ଥଦ୍ଦୀୟ,
4 ଉଦ୍ଯୋଗୀ ଶିମୋନ ଓ
ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।
5 ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ। 6 ବରଂ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯିବ। ସେମାନେ ହଜିଯାଇଥିବା ମେଷ ଭଳି। 7 ତୁମ୍ଭେମାନେ ପ୍ରଗ୍ଭର କର, ‘ସ୍ୱର୍ଗରାଜ୍ୟ ନିକଟ ହୋଇ ଗଲାଣି।’ 8 ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର।
9 ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗରେ ସୁନା, ରୂପା କିମ୍ବା ତମ୍ବା ନିଅ ନାହିଁ। 10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।
11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। 12 କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ। 13 ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ। 14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ। 15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା[a] ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।
ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ
(ମାର୍କ 13:9-13; ଲୂକ 21:12-17)
16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। 17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ। 18 ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ। 19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। 20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
21 “ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ। 22 ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ। 23 ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।
2010 by World Bible Translation Center