Revised Common Lectionary (Semicontinuous)
ଦାଉଦଙ୍କର ପ୍ରାର୍ଥନା।
86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
2 ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
3 ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
4 ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
5 ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
7 ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
8 ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
9 ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
43 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ। 44 କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ। 45 ନ ହେଲେ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।
46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। 47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ। 48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ। 49 ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”
ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ
5 ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। 6 ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି:
“ପରମେଶ୍ୱର!
ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର?
ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ?
ସେ କ’ଣ ସତରେ ମହାନ ଅଟନ୍ତି ଯେ
7 ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ?
ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
8 ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।”(A)
ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା'ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ। 9 ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।
2010 by World Bible Translation Center