Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 47

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
    ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
    ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
    ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା

ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
    ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
    ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
    ତାଙ୍କର ମହିମା ଗାନ କର।
ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
    ତେଣୁ ତାଙ୍କର ମହିମା ଗାନ କର।
ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
    ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
    ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
    ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।

ଆଦିପୁସ୍ତକ 22:15-18

15 ସଦାପ୍ରଭୁଙ୍କର ଦୂତ ଦ୍ୱିତୀୟ ଥର ଅବ୍ରହାମଙ୍କୁ ସ୍ୱର୍ଗରୁ ଡାକିଲେ। 16 ସଦାପ୍ରଭୁଙ୍କର ଦୂତ କହିଲେ, “ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦେବାକୁ ସମ୍ମତ ହେଲ, କାରଣ ମୋ’ ପାଇଁ ତୁମ୍ଭେ ଏପରି କଲ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସେହି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ, 17 ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ। 18 ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:9-12

ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି। 10 ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭେମାନେ ପ୍ରକୃତରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସେମାନଙ୍କୁ ଅଧିକରୁ ଅଧିକ ଭଲ ପାଇବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।

11 ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ। 12 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center