); Isaiah 51:1-3 (Look to Abraham and Sarah); Matthew 11:20-24 (Jesus prophesies against the cities) (Odia Holy Bible: Easy-to-Read Version)
Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।
47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
3 ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
4 ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା
5 ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
6 ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
ତାଙ୍କର ମହିମା ଗାନ କର।
7 ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
ତେଣୁ ତାଙ୍କର ମହିମା ଗାନ କର।
8 ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
9 ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।
ଇସ୍ରାଏଲ ଅବ୍ରହାମ ସଦୃଶ ହେବା ଉଚିତ୍
51 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର। 2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”
3 ସେହିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହେବେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହେବେ ଏବଂ ସଙ୍ଗୀତ ଧ୍ୱନି କରି ଧନ୍ୟବାଦ ଦେବେ।
ଅବିଶ୍ୱାସୀ ଲୋକଙ୍କୁ ଯୀଶୁଙ୍କ ଚେତାବନୀ
(ଲୂକ 10:13-15)
20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ, 21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେଥ୍ସାଇଦା![a] ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନ[b]ରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ। 22 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ବିଗ୍ଭର ଦିନରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହେବ।
23 “ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମ[c]ରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା। 24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।”
2010 by World Bible Translation Center