Revised Common Lectionary (Semicontinuous)
10 ହେ ରାଜକୁମାରୀ, ଶୁଣ।
ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ,
ଓ ତୁମ୍ଭର ପରିବାରକୁ ଭୁଲିଯାଅ।
11 ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁଗ୍ଧ ହେବେ।
ସେ ତୁମ୍ଭର ନୂତନ ପତି ହେବେ,
ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ।
ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
13 ତା'ର ସମସ୍ତ ମହିମାରେ,
ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ,
ତା'ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
15 ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ।
ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ।
ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ।
ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
ଇସ୍ହାକଙ୍କର ବଂଶ
19 ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇସ୍ହାକଙ୍କୁ ଜନ୍ମ କଲେ। 20 ଯେତେବେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ। 21 ଇସ୍ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।
22 ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?” 23 ସଦାପ୍ରଭୁ ତାହାଙ୍କୁ କହିଲେ,
“ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି
ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ।
ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ।
ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ। 25 ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା। 26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।
27 ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା।
ବିବାହର ଦୃଷ୍ଟାନ୍ତ
7 ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର। 2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ। 3 କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।
4 ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା। 5 ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା। 6 ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।
2010 by World Bible Translation Center