Revised Common Lectionary (Semicontinuous)
ନୂନ୍
105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
ତାହା ମୋର ପୁରସ୍କାର ହେବ।
ଜ୍ୱଳନ୍ତା ବୁଦା
3 ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା। 2 ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ।
ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା। 3 ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅଦ୍ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ?
4 ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!”
ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”
5 ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ। 6 ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।”
ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।
12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ। 13 ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
14 ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ। 15 ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।
16 ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।
2010 by World Bible Translation Center