Revised Common Lectionary (Semicontinuous)
ଇସ୍ହାକଙ୍କର ବଂଶ
19 ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇସ୍ହାକଙ୍କୁ ଜନ୍ମ କଲେ। 20 ଯେତେବେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ। 21 ଇସ୍ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।
22 ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?” 23 ସଦାପ୍ରଭୁ ତାହାଙ୍କୁ କହିଲେ,
“ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି
ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ।
ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ।
ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ। 25 ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା। 26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।
27 ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା। 28 ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।
29 ସେହି ସମୟରେ ଏଷୌ ବହୁତ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲେ। 30 ତହୁଁ ସେ ଯାକୁବକୁ କହିଲେ, “ମୁଁ ବହୁତ ଥକି ଯାଇଛି ମୋତେ ଦୟାକରି ସେହି ଲାଲ ପଦାର୍ଥରୁ କିଛି ଦିଅ। ଏହି ନିମନ୍ତେ ତା'ର ନାମ ଇଦୋମ ନାମରେ ଖ୍ୟାତ ହେଲା।”
31 କିନ୍ତୁ ଯାକୁବ କହିଲେ, “ଆଜି ତୁମ୍ଭେ ମୋତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରୟ କର।”
32 ଏଷୌ ଉତ୍ତର ଦେଲେ, “ଦେଖ ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦେବି।”
33 କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ। 34 ଏହା ପରେ ଯାକୁବ ଏଷୌକୁ ରୋଟୀ ଏବଂ ମସୁରଡାଲି ରାନ୍ଧି ଖାଇବାକୁ ଦେଲେ ଓ ସେ ସ୍ଥାନ ପରିତ୍ୟାଗ କଲେ। ଏହିପରି ଏଷୌ ନିଜର ଜ୍ୟେଷ୍ଠ ଭ୍ରାତାର ଅଧିକାର ବିଷୟରେ ପୁନର୍ବାର ଭାବିଲେ ନାହିଁ।
ନୂନ୍
105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
ତାହା ମୋର ପୁରସ୍କାର ହେବ।
ଆତ୍ମାରେ ଜୀବନ
8 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। 2 ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି। 3 ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ। 4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।
5 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସବୁବେଳେ ତାହାଙ୍କ ପାପପୂର୍ଣ୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି। 6 ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା'ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି। 7 ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ। 8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।
9 କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା'ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ। 10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା'ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି। 11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।
ଯୀଶୁଙ୍କ ବୀଜ ବୁଣିବାର ଦୃଷ୍ଟାନ୍ତ
(ମାର୍କ 4:1-9; ଲୂକ 8:4-8)
13 ସେହି ଦିନ ଯୀଶୁ ସେହି ଘରୁ ବାହାରି ଗ୍ଭଲିଗଲେ ଓ ହ୍ରଦ କୂଳରେ ଯାଇ ବସିଲେ। 2 ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ। 3 ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ,
“ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା। 4 ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ। 5 ଆଉ କିଛି ବୀଜ ପଥୁରିଆ ଜାଗାରେ ପଡ଼ିଗଲା, ସେଠାରେ ଯଥେଷ୍ଟ ମାଟି ନ ଥିଲା, ମାଟି ଗଭୀରିଆ ନ ଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡ଼ିଲା। 6 କିନ୍ତୁ ଯେତେବେଳେ ସୂର୍ଯ୍ୟ ଉପରକୁ ଉଠିଲା, ସେତେବେଳେ ଗଛ ଝାଉଁଳି ପଡ଼ିଲା। ତା'ର ଚେର ଗଭୀରକୁ ଯାଇ ପାରି ନ ଥିବାରୁ ଗଛଟି ଶୁଖି ମରିଗଲା। 7 ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା। 8 ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା। 9 ତୁମ୍ଭର ଯଦି କାନ ଅଛି, ତେବେ ଶୁଣ।”
ବୀଜ ବୁଣା ଦୃଷ୍ଟାନ୍ତର ବ୍ୟାଖ୍ୟା
(ମାର୍କ 4:13-20; ଲୂକ 8:11-15)
18 “ତେବେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।
19 “ରାସ୍ତାରେ ପଡ଼ି ଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକପରି ସେ ସ୍ୱର୍ଗରାଜ୍ୟର ସୁସମାଗ୍ଭର ଶୁଣେ, ଓ ତାହା ବୁଝି ପାରେ ନାହିଁ। ଶୟତାନ ଆସେ ଓ ତା’ ହୃଦୟରେ ଯାହାକିଛି ବୁଣା ହୋଇଥାଏ, ସେତେକ ନେଇ ଗ୍ଭଲିଯାଏ।
20 “ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ। 21 କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।
22 “କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ।
23 “ଭଲ ମାଟି ଉପରେ ପଡ଼ିଥିବା ବୀଜର ଅର୍ଥ କ’ଣ? ସେହି ଲୋକ ଭଳି ସେ ସୁସମାଗ୍ଭର ଶୁଣେ ଓ ତାକୁ ବୁଝିପାରେ। ସେ ଲୋକ ସଫଳ ହୁଏ। ସେହି ସଫଳତା ବେଳେବେଳେ ଶହେ ଗୁଣ, ଷାଠିଏ ଗୁଣ ଓ ତିରିଶ୍ ଗୁଣ ପର୍ଯ୍ୟନ୍ତ ମିଳିଥାଏ।”
2010 by World Bible Translation Center