Revised Common Lectionary (Semicontinuous)
13 ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।[a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
ଯାକୁବ ତାଙ୍କର ସାହସିକତା ଦେଖାଇଲେ
33 ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା'ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ। 2 ଯାକୁବ, ଆଗେ ଦୁଇ ଦାସୀ ଓ ସେମାନଙ୍କର ସନ୍ତାନଗଣଙ୍କୁ ତା’ ପଛେ ଲେୟା ଓ ତା'ର ସନ୍ତାନଗଣ, ସବା ଶେଷରେ ରାହେଲ ଓ ଯୋଷେଫକୁ ରଖିଲେ।
3 ସେମାନଙ୍କ ଆଗରେ ଯାକୁବ ଗଲେ, ସେ ଯେତେବେଳେ ଭାଇର ନିକଟବର୍ତ୍ତୀ ହେଲେ। ଭକ୍ତି ଦେଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲେ।
4 ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ। 5 ଏଷୌ, ସ୍ତ୍ରୀ ଓ ପିଲାମାନଙ୍କୁ ଦେଖିଲେ, ସେ ପଗ୍ଭରିଲେ, “ତୁମ୍ଭ ସହିତ ଏହି ଲୋକମାନେ କିଏ?”
ଯାକୁବ ଉତ୍ତର ଦେଲେ, “ପରମେଶ୍ୱର ମୋତେ ଦୟା କରି ଏ ସମସ୍ତ ସନ୍ତାନ ଦେଇଛନ୍ତି।”
6 ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ। 7 ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ।
8 ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।”
ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”
9 କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।”
10 ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ। 11 ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର[a] ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।
12 ଏହା ପରେ ଏଷୌ କହିଲେ, “ତୁମ୍ଭେ ତୁମ୍ଭର ଯାତ୍ରା ଗ୍ଭଲୁ ରଖ। ମୁଁ ମଧ୍ୟ ତୁମ୍ଭ ସହିତ ଯିବି।”
13 କିନ୍ତୁ ଯାକୁବ ତାଙ୍କୁ କହିଲେ, “ତୁମ୍ଭେ ଜାଣ ମୋର ସନ୍ତାନଗଣ ଛୋଟ ଏବଂ ମୁଁ ମୋର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକ ଗୋଟିଏ ଦିନରେ ବହୁତ ବାଟ ନେଇଯାଏ ତେବେ ସମସ୍ତ ପଶୁ ମରିଯିବେ। 14 ତେଣୁ ମୋର ପ୍ରଭୁ ତୁମ୍ଭେ ଆମ୍ଭ ଆଗରେ ଗ୍ଭଲ, ମୁଁ ତୁମ୍ଭକୁ ଧୀରେ ଧୀରେ ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧୀରେ ଯିବି କାରଣ ମୋର ପିଲାମାନେ କ୍ଳାନ୍ତ ହୋଇ ପଡ଼ିବେ। ମୁଁ ତୁମ୍ଭକୁ ସେୟୀରରେ ସାକ୍ଷାତ କରିବି।”
15 ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।”
କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ। 16 ତେଣୁ ସେହି ଦିନ ଏଷୌ ସେୟୀରକୁ ଫେରିବା ପାଇଁ ଯାତ୍ରା ଆରମ୍ଭ କଲେ। 17 କିନ୍ତୁ ଯାକୁବ ସୁକ୍କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁକ୍କୋତ ହେଲା।
ସାରା ଓ ହାଗାରର ଉଦାହରଣ
21 ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ? 22 ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ। 23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।
24 ଏହି ସତ୍ୟ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠାରେ ହୋଇଥିଲା। ଏହି ଚୁକ୍ତି ଉଦ୍ଦେଶ୍ୟରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସେମାନେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂଯୁକ୍ତ। 25 ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି। 26 କିନ୍ତୁ ସ୍ୱର୍ଗସ୍ଥ ଯିରୁଶାଲମ ସ୍ୱାଧୀନ ଅଟେ। ସେ ଆମ୍ଭର ମାତା। 27 ଶାସ୍ତ୍ର କୁହେ:
“ହେ ବନ୍ଧ୍ୟା! ଆନନ୍ଦିତ ହୁଅ, ତୁମ୍ଭେ କାହାରିକୁ ଜନ୍ମ ଦେଇ ନାହଁ;
ଖୁବ୍ ଜୋର୍ରେ ହର୍ଷନାଦ କର,
ତୁମ୍ଭେ ପ୍ରସବବେଦନା
କେବେ ହେଲେ ଅନୁଭବ କରି ନାହଁ।
ଯେଉଁ ସ୍ତ୍ରୀ ପରିତ୍ୟକ୍ତା,
ତା'ର ଅଗଣିତ ସନ୍ତାନ ସଧବା (ପତିଥିବା) ସ୍ତ୍ରୀଠାରୁ ବେଶୀ ହେବେ।”(A)
28-29 ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା। 30 କିନ୍ତୁ ଶାସ୍ତ୍ର କ’ଣ କୁହେ? “ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ୱାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହେବ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।”(B) 31 ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।
ସ୍ୱାଧୀନ ରହିଥାଅ
5 ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
2010 by World Bible Translation Center