Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 139:13-18

13 ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
    ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
    ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
    ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
    ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।[a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
    ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
    କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

ଆଦିପୁସ୍ତକ 35:16-29

ରାହେଲ ଛୁଆ ଜନ୍ମ କରି ମଲେ

16 ଯାକୁବ ଏବଂ ତାଙ୍କର ଦଳ ବୈଥେଲ୍ ଛାଡ଼ିଲେ, ସେମାନେ ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବେଦନା ହେଲା ଏବଂ ତା'ର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା। 17 ପ୍ରସବ ବେଦନା ଅତିଶୟ କଷ୍ଟ ହେବାରୁ ଧାତ୍ରୀ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ।”

18 ରାହେଲ ପୁତ୍ର ସନ୍ତାନ ଜନ୍ମ ଦେଇ ମଲେ। ମଲା ପୂର୍ବରୁ ରାହେଲ ସେହି ସନ୍ତାନର ନାମ ଦେଇଥିଲେ, ବିନୋନୀ। କିନ୍ତୁ ଯାକୁବ ତାକୁ ଡାକିଲେ ବିନ୍ୟାମିନ୍।

19 ଇଫ୍ରାଥା ଯିବା ପରେ ତାହା ବୈ‌ଥ୍‌ଲେହମ ନିକଟରେ ରାହେଲକୁ କବର ଦିଆଗଲା। 20 ରାହେଲର କବର ସ୍ଥାନରେ ଯାକୁବ ଏକ ସ୍ତମ୍ଭ ସ୍ଥାପନ କଲେ। ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ରାହେଲର କବରକୁ ଚିହ୍ନାଏ। 21 ଏହା ପରେ ଇସ୍ରାଏଲ ସେଠାରୁ ଯାତ୍ରା କଲେ। ସେ ଏଦର ଗଡ଼ ପାର ହୋଇ ତହିଁ ନିକଟରେ ଛାଉଣି ପକାଇଲେ।

22 ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ।

ଇସ୍ରାଏଲର ପରିବାର

ଇସ୍ରାଏଲର ବାରଟି ପୁତ୍ର ଥିଲେ।

23 ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।

24 ଯୋଷେଫ୍ ଓ ବିନ୍ୟାମିନ୍ ରାହେଲର ସନ୍ତାନ।

25 ଦାନ ଓ ନପ୍ତାଲି ରାହେଲର ଦାସୀ ବିଲହାର ସନ୍ତାନ।

26 ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ପୁତ୍ରଗଣ।

ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ।

27 ଏହା ପରେ ସେ କିରିୟଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇ‌ସ୍‌ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇ‌ସ୍‌ହାକ ନିକଟରେ ଉପସ୍ଥିତ ହେଲେ। 28 ଇ‌ସ୍‌ହାକ 180 ବର୍ଷ ବଞ୍ଚିଲେ। 29 ଏହା ପରେ ଇ‌ସ୍‌ହାକ ଦୁର୍ବଳ ହୋଇ ମୃତ୍ୟୁବରଣ କଲେ। ଇ‌ସ୍‌ହାକ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ।

ମାଥିଉ ଲିଖିତ ସୁସମାଗ୍ଭର 12:15-21

ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ

15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। 16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ। 17 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,

18 “ଏ ମୋର ସେବକ।
    ମୁଁ ତାହାଙ୍କୁ ବାଛିଛି।
ମୁଁ ତାହାଙ୍କୁ ଭଲ ପାଏ।
    ମୁଁ ତାହାଙ୍କ ଉପରେ ଖୁସୀ।
ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି।
    ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ।
    ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ
    କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ।
ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21     ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center