Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 32:22-31

22 ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯ‌ବ୍‌ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ। 23 ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ।

ଜଣକ ସହିତ ଅନ୍ୟ ଜଣଙ୍କ ଯୁଦ୍ଧ

24 ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ୟ ତାଙ୍କ ସହିତ ସକାଳ ପର୍ଯ୍ୟନ୍ତ ମଲ୍ଲଯୁଦ୍ଧ କଲେ। 25 ସେହି ଲୋକଟି ଦେଖିଲେ ସେ ଯାକୁବଙ୍କୁ ପରାସ୍ତ କରି ପାରିବେ ନାହିଁ। ତେଣୁ ସେ ଯାକୁବଙ୍କର ଗୋଡ଼କୁ ଟାଣି ଦେବାରୁ ତାଙ୍କର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।

26 ଆଉ ସେହି ଲୋକଟି ଯାକୁବଙ୍କୁ କହିଲେ, “ମୋତେ ଯିବାକୁ ଦିଅ କାରଣ ପ୍ରଭାତ ହୋଇଗଲା।”

କିନ୍ତୁ ଯାକୁବ କହିଲେ, “ମୁଁ ତୁମ୍ଭକୁ ଯିବାକୁ ଦେବି ନାହିଁ, ଯେପର୍ଯ୍ୟନ୍ତ ମୋତେ ଆଶୀର୍ବାଦ ନ କରିଛ।”

27 ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?”

ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।”

28 ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”

29 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ଦୟାକରି ତୁମ୍ଭର ନାମ କୁହ।”

କିନ୍ତୁ ସେହି ଲୋକଟି କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଗ୍ଭରୁ ଅଛ?” ଏହି ସମୟରେ ସେହି ଲୋକଟି ଯାକୁବଙ୍କୁ ଆଶୀର୍ବାଦ କଲେ।

30 ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା'ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।” 31 ଏହା ପରେ ସୂର୍ଯ୍ୟୋଦୟ ବେଳକୁ ସେ ପନୂୟେଲ ପାର ହେଲାମାତ୍ରେ ତାଙ୍କର ଗୋଡ଼ ଯୋଗୁଁ ଛୋଟାଇ ଗ୍ଭଲିଲେ।

ଗୀତସଂହିତା 17:1-7

ଦାଉଦଙ୍କର ପ୍ରାର୍ଥନା

17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
    ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
    ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
    ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
    ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ।
    ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
    ତୁମ୍ଭର ଆଦେଶ ମାନିବାକୁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
    ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
    ତେଣୁ ବର୍ତ୍ତମାନ ମୋର କଥା ଶୁଣ।
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ
    ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
    ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
    ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।

ଗୀତସଂହିତା 17:15

15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
    ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।

ରୋମୀୟଙ୍କ ପ୍ରତି ପତ୍ର 9:1-5

ପରମେଶ୍ୱର ଓ ଯିହୂଦୀ ଲୋକେ

ମୁଁ ଖ୍ରୀଷ୍ଟଙ୍କଠାରେ ଅଛି, ଓ ମୁଁ ସତ୍ୟ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ୱାରା ମୋର ଭାବନା ନିୟନ୍ତ୍ରିତ। ଏହି ଭାବନା ମୋତେ କୁହେ ଯେ ମୁଁ ମିଛ କୁହେ ନାହିଁ। ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି। ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ। ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି। ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

ମାଥିଉ ଲିଖିତ ସୁସମାଗ୍ଭର 14:13-21

ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ

(ମାର୍କ 6:30-44; ଲୂକ 9:10-17; ଯୋହନ 6:1-14)

13 ଯୀଶୁ ଯୋହନଙ୍କ ବିଷୟରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡ଼ି ଦେଲେ ଓ ଏକୁଟିଆ ଡଙ୍ଗାରେ ବସି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ଯୀଶୁ ଗ୍ଭଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡ଼ି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସେମାନେ ସ୍ଥଳପଥରେ ଗ୍ଭଲି ଗ୍ଭଲି ସେଠାରେ ଯାଇ ପହଞ୍ଚିଲେ। 14 ଡଙ୍ଗାରୁ ବାହାରି ଆସିବା ବେଳକୁ ଯୀଶୁ ଦେଖିଲେ, ସେଠାରେ ବହୁତ ଲୋକ ଜମା ହୋଇଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।

15 ସନ୍ଧ୍ୟା ବେଳକୁ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, “ଏହା ଅତ୍ୟନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠେଇ ଦିଅ, ତା'ହେଲେ ସେମାନେ ଗାଁମାନଙ୍କୁ ଯାଇ ସେମାନଙ୍କ ପାଇଁ ଖାଦ୍ୟ କିଣି ପାରିବେ।”

16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଦରକାର ନାହିଁ, ତୁମ୍ଭେ ସେମାନଙ୍କୁ କିଛି ଖାଇବାକୁ ଦିଅ।”

17 ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ ଏଠାରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।”

18 ଯୀଶୁ କହିଲେ, “ସେଗୁଡ଼ିକୁ ମୋ’ ପାଖକୁ ଆଣ।” 19 ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ। ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ। 20 ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତୋଷ ଲାଭ କଲେ। ଲୋକେ ଖାଇସାରିବା ପରେ, ଶିଷ୍ୟମାନେ ବଳକା ଖାଦ୍ୟତକ ବାରଟି ଝୁଡ଼ିରେ ଭର୍ତ୍ତି କଲେ। 21 ସେଠାରେ ପ୍ରାୟ କେବଳ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡ଼ା ସ୍ତ୍ରୀଲୋକ ଓ ପିଲାମାନେ ମଧ୍ୟ ଖାଇଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center