Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 28

ଦାଉଦଙ୍କର ଗୀତ।

28 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ।
    ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି।
    ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ।
    ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ,
    ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।
ହେ ସଦାପ୍ରଭୁ, ମୁଁ ମୋର ଦୁଇ ହାତ ଟେକି ତୁମ୍ଭର ମହାପବିତ୍ର ସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି।
    ମୁଁ ଯେତେବେଳେ ତୁମ୍ଭକୁ ଡାକୁଛି।
    ମୋ’ ନିବେଦନ ଟିକେ ଶୁଣ।
    ମୋ’ ପ୍ରତି କୃପା ପ୍ରଦର୍ଶନ କର।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ
    ଜଣେ ବୋଲି ଗଣ ନାହିଁ।
ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି
    କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।
ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି।
    ତେଣୁ ସେମାନେ ସେମାନଙ୍କ କର୍ମାନୁରୂପ ଫଳ ପାଆନ୍ତୁ।
    ସେମାନଙ୍କୁ ଯଥାଯୋଗ୍ୟ ଫଳ ଦିଆଯାଉ।
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ।
    ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ।
ନା, ସେମାନେ କିଛି ବୁଝନ୍ତି ନାହିଁ।
    ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା ହେଉ,
    କାରଣ ସେ ମୋର ପ୍ରାର୍ଥନା ଦୟାଳୁ ହୋଇ ଶୁଣିଛନ୍ତି।
ସଦାପ୍ରଭୁ ହିଁ ମୋର ବଳ।
ସେ ମୋର ଢାଲ ସଦୃଶ।
    ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ।
ମୁଁ ଅତି ଖୁସୀ।
    ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି।
    ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।

ହେ ପରମେଶ୍ୱର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର।
    ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସେମାନଙ୍କୁ ଆଶୀର୍ବାଦ କର।
    ସେମାନଙ୍କୁ ଅନନ୍ତକାଳ ପାଇଁ ପଥ ଦେଖାଅ ଓ ସମ୍ମାନୀୟ କର।

ଆଦିପୁସ୍ତକ 37:29-36

29 ରୁବେନ୍ ତା'ର ଭାଇମାନଙ୍କ ସହିତ ନ ଥିଲା, ଯେତେବେଳେ ସେମାନେ ଯୋଷେଫଙ୍କୁ ବଣିକମାନଙ୍କ ମଧ୍ୟରେ ବିକ୍ରୀ କରିଥିଲେ। ଯେତେବେଳେ ରୁବେନ୍ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷେଫ ସେହି କୂପ ମଧ୍ୟରେ ନ ଥିଲେ। ସେ ଏତେ ବ୍ୟତିବ୍ୟସ୍ତ ହୋଇ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା। 30 ରୁବେନ୍ ତା'ର ଭାଇମାନଙ୍କୁ ଯାଇ କହିଲା, “ଯୋଷେଫ ଆଉ କୂଅ ମଧ୍ୟରେ ନାହିଁ। ମୁଁ କ’ଣ କରିବି?” 31 ତା'ର ଭାଇମାନେ ଏକ ଛେଳି ମାରି ତା'ର ରକ୍ତରେ ଯୋଷେଫଙ୍କର ବସ୍ତ୍ରକୁ ବୁଡ଼ାଇ ଦେଲେ। 32 ଏହା ପରେ ସେମାନେ ସେହି ବସ୍ତ୍ରକୁ ତାଙ୍କର ପିତାଙ୍କ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ, “ଆମ୍ଭେ ଏହି ବସ୍ତ୍ର ପାଇଲୁ। ଏହା କ’ଣ ଯୋଷେଫଙ୍କର ବସ୍ତ୍ର?”

33 ତାଙ୍କ ପିତା ସେହି ବସ୍ତ୍ର ଦେଖି ତାହା ଯୋଷେଫର ବୋଲି ଜାଣିଲେ। ସେମାନଙ୍କର ପିତା କହିଲେ, “ହଁ ଏହା ଯୋଷେଫର ବସ୍ତ୍ର ଅଟେ। କୌଣସି ଏକ ବଣୁଆ ଜନ୍ତୁ ତାକୁ ମାରି ଖାଇ ପକାଇଛି। ଗୋଟିଏ ବନ୍ୟ ପଶୁ ମୋର ପୁତ୍ର ଯୋଷେଫକୁ ଚିରି ପକାଇଲା।” 34 ଏହା ଶୁଣି ଯାକୁବ ତାଙ୍କ ଲୁଗା ଚିରି, ବିଶେଷ ଶୋକ ବସ୍ତ୍ର ପିନ୍ଧି ତାଙ୍କର ଶୋକ ପ୍ରକାଶ କଲେ। ଯାକୁବ ବହୁ ଦିନ ପର୍ଯ୍ୟନ୍ତ ପୁତ୍ର ପାଇଁ ଶୋକ କଲେ। 35 ଯାକୁବର ପୁତ୍ରକନ୍ୟାଗଣ ତାଙ୍କୁ ଆରାମ ଦେବାକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ୱନା ପାଇବାକୁ ମନା କଲେ। ଯାକୁବ କହିଲେ, “ମୋର ମୃତ୍ୟୁ[a] ପର୍ଯ୍ୟନ୍ତ ମୋର ପୁତ୍ର ପାଇଁ ମୁଁ ଦୁଃଖ କରିବି।” ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।

36 ମିଦିୟନୀୟ ବଣିକମାନେ ଯୋଷେଫଙ୍କୁ ମିଶରରେ ବିକ୍ରି କଲେ। ସେମାନେ ତାଙ୍କୁ ପୋଟିଫର ନାମକ ଫାରୋର ଅଧିକାରୀ ଅର୍ଥାତ୍ ରକ୍ଷକ ସେନାପତିଙ୍କଠାରେ ଯୋଷେଫକୁ ବିକ୍ରୟ କଲେ।

ପିତରଙ୍କ ଦ୍ୱିତୀୟ ପତ୍ର 2:4-10

ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।

ଅତି ପୂର୍ବକାଳରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ୱର ଦଣ୍ଡ ଦେଇଥିଲେ। ପରମେଶ୍ୱର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟକାରୀ ବନ୍ୟା ଆଣିଥିଲେ। କିନ୍ତୁ ପରମେଶ୍ୱର ନୋହ ଓ ତାହାଙ୍କ ସହ ଅନ୍ୟ ସାତ ଜଣଙ୍କୁ ସେହି ପ୍ରଳୟକାରୀ ବନ୍ୟାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।

ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ। କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ। ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସେହି ମନ୍ଦଲୋକଙ୍କ ମଧ୍ୟରେ ବାସ କରୁଥିଲେ। ସେମାନଙ୍କର ମନ୍ଦ ବିଷୟ ଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟରେ ଆଘାତ ପାଉଥିଲେ।

ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ। 10 ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ଯ୍ୟ କରି ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କର୍ତ୍ତୃତ୍ୱକୁ ଅବମାନନା କରନ୍ତି, ସେମାନେ ଏଭଳି ଦଣ୍ଡର ଯୋଗ୍ୟ।

ଏହି ଭଣ୍ଡ ଶିକ୍ଷକମାନେ ମନମୁତାବକ କାର୍ଯ୍ୟ କରନ୍ତି ଓ ଆପଣା ବିଷୟରେ ଗର୍ବର କଥା କହନ୍ତି। ସେମାନେ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ମନ୍ଦ କଥା କହିବାକୁ ଭୟ କରନ୍ତି ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center